Friday, October 9, 2026
24.1 C
Odisha

    ମିସନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି: ଉପକୃତ ହେବେ ୫୯, ୫୦୯ କର୍ମଚାରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମିସନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିସନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ। ରାଜ୍ୟରେ ମହିଳା ସଶକ୍ତୀକରଣରେ ମିସନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇବା ସହ ସେମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରୋତ୍ସାହନ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ମିସନ ଶକ୍ତି ଅଧୀନରେ ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଯଥା ଏମବିକେ, ସିଆରପି-ସିଏମ, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ୟ୍ୟରତ ଅଛନ୍ତି । ଏହି ନୂତନ ଘୋଷଣା ଅନୁଯାୟୀ ମିଶନ ଶକ୍ତି ଅଧୀନରେ ଗ୍ରାମପଞ୍ଚାୟତ ସ୍ତରରେ କାର୍ୟ୍ୟରତ ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ଉପକୃତ ହେବେ । ଉକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ୨୦୨୩ ମସିହା ଅକ୍ଟୋବର ମାସଠାରୁ ପିଛିଲାଭାବେ ନିମ୍ନମତେ ଲାଗୁ କରାଯିବ।

    ଉପରୋକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ପିଛିଲା ଭାବେ ଅକ୍ଟୋବର,୨୦୨୩ରୁ ପ୍ରଦାନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ବେଳେ ଏ ବାବଦକୁ ରାଜ୍ୟ ସରକାର ୯୬.୫୧ କୋଟି ଅତିରିକ୍ତ ଅର୍ଥ ରାଶିର ବ୍ୟୟ ବରାଦ କରିଛନ୍ତି। ସୂଚନାଯୋଗ୍ୟ ଯେ ୫ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ତାଙ୍କୁ ଭେଟି ସେମାନଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟରେ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.1 ° C
    24.1 °
    24.1 °
    78 %
    1.6kmh
    1 %
    Fri
    24 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ