Tuesday, July 1, 2025
23.7 C
Odisha

    ଛାତିରେ ଯନ୍ତ୍ରଣା କାରଣରୁ ହସ୍ପିଟାଲରେ ଭର୍ତ୍ତି ହେଲେ ମିଥୁନ ଚର୍କବର୍ତ୍ତୀ

    ଆଗକୁ ପଢନ୍ତୁ

    ବଲିଉଡ ଅଭିନେତା ତଥା ବିଜେପି ନେତା ମିଥୁନ ଚକ୍ରବର୍ତ୍ତୀ ହସ୍ପିଟାଲରେ ଭର୍ତ୍ତି । ଛାତିରେ ଯନ୍ତ୍ରଣା ହେବାରୁ ମିଥୁନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶନିବାର ସକାଳେ ମିଥୁନ ଅସୁସ୍ଥ ଅନୁଭବ କରିଥିଲେ ଏବଂ ପରେ ଛାତିରେ ଯନ୍ତ୍ରଣା ହେବାରୁ ତୁରନ୍ତ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା । ମିଳିଥିବା ସୂଚନା ମୁତାବକ, ହସ୍ପିଟାଲରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି । ଗତ କିଛି ଦିନ ପୂର୍ବରୁ ମିଥୁନଙ୍କୁ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଥିଲା ।ବଲିଉଡ ସମେତ ବିଭିନ୍ନ ଭାଷାରେ ନିର୍ମିତ ଫିଲ୍ମରେ ମିଥୁନ ଅଭିନୟ କରିଛନ୍ତି । ବେଶ କିଛି ବର୍ଷ ବଲିଉଡରେ ରାଜ କରିବା ପରେ ଗତ କିଛି ଦିନ ହେବ ରାଜନୀତିରେ ଏଣ୍ଟ୍ରି କରିଛନ୍ତି ମିଥୁନ୍ ଚକ୍ରବର୍ତ୍ତୀ । ଏବେ ପଶ୍ଚିମବଙ୍ଗ ବିଜେପି ରାଜନୀତିରେ ବେଶ ସକ୍ରିୟ ଅଛନ୍ତି ମିଥୁନ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.7 ° C
    23.7 °
    23.7 °
    93 %
    1.9kmh
    100 %
    Tue
    25 °
    Wed
    26 °
    Thu
    31 °
    Fri
    29 °
    Sat
    24 °

    ସମ୍ବନ୍ଧିତ