Thursday, September 17, 2026
30 C
Odisha

    ପ୍ରତି ପଞ୍ଚାୟତରେ ମଡେଲ ପ୍ରାଥମିକ ବିଦ୍ୟାଳୟ: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପ୍ରତି ପଞ୍ଚାୟତରେ ମଡେଲ ପ୍ରାଥମିକ ବିଦ୍ୟାଳୟ ହେବ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁଦିବସ ଅବସରରେ ଗୁରୁବାର ବଡ଼ ସୂଚନା ଦେଇଛନ୍ତି। ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ପଞ୍ଚାୟତରେ ଗୋଟିଏ ଗୋଟିଏ ମଡେଲ ସ୍କୁଲ ହେବ। ଏହାର ନାମ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ରହିବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଏଭଳି ୫ ଶହ ସ୍କୁଲ ନିର୍ମାଣ କରାଯିବ।

    ପରବର୍ତ୍ତୀ ପର୍ଯ୍ୟାୟରେ ସବୁ ପଞ୍ଚାୟତରେ ଏଭଳି ସ୍କୁଲ ହେବ। ଏନେଇ ବଜେଟରେ ବ୍ୟୟବରାଦ ସମ୍ପର୍କିତ ବ୍ୟବସ୍ଥା ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ସ୍ବାମୀ ବିବେକାନନ୍ଦ ମୋର ଆଦର୍ଶ । ସମାଜ ନିର୍ମାଣ, ସଂସ୍କାରରେ ଗୁରୁମାନଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛ। ଗୁରୁମାନଙ୍କୁ ସର୍ବଦା ଭକ୍ତିର ସହ ସ୍ମରଣ କରାଯିବା ଆବଶ୍ୟକ। ମାତା ପିତାଙ୍କ ପରେ ଗୁରୁ ହେଉଛନ୍ତି ଶିଷ୍ୟର ଆରାଧ୍ୟ ଦେବତା।
    ଶିକ୍ଷା ବ୍ୟବସ୍ଥା ହେଉଛି ତ୍ରିଭୁଜ ସଦୃଶ। ତ୍ରିଭୁଜର ଛାତ୍ର, ଶିକ୍ଷକ ଏବଂ ଅଭିଭାବକ ହେଉଛନ୍ତି ଶିକ୍ଷା ବ୍ୟବସ୍ଥା ତ୍ରିଭୁଜର ତିନି ବାହୁ। ତିନି ବାହୁ ଏକାଠି କାର୍ଯ୍ୟ କଲେ ଶିଷ୍ୟର ଜୀବନ ସୁସଂଗଠିତ ହେବ। ଏହା ଦ୍ବାରା ବିକଶିତ ସମାଜ ଗଠନ ଧାରା ଉନ୍ନତ ହୋଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    30 ° C
    30 °
    30 °
    71 %
    0.9kmh
    55 %
    Thu
    29 °
    Fri
    32 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ