Saturday, July 27, 2024
25.7 C
Odisha

    ଓଡ଼ିଶାକୁ ତୃତୀୟ ବନ୍ଦେ ଭାରତ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ରେଳବାଇ ଭିତ୍ତିଭୂମିର ଅଭିବୃଦ୍ଧି ଓ ଭାରତୀୟ ରେଳ ସଂଯୋଗୀକରଣ ପ୍ରକ୍ରିୟାର ବୃଦ୍ଧି କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ସାରା ଦେଶରେ ୨୭୪ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିଛନ୍ତି । ୮୫ ହଜାର କୋଟି ଟଙ୍କାର ୬ ହଜାର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହା ସହ ୧୦ଟି ବନ୍ଦେ ଭାରତ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହା ଭିତରେ ରହିଛି ପୁରୀ- ବିଶାଖାପାଟଣା ବନ୍ଦେ ଭାରତର ଟ୍ରେନ୍ ।
    ଓଡ଼ିଶାବାସୀଙ୍କ ପାଇଁ ତୃତୀୟ ବନ୍ଦେ ଭାରତ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ପୁରୀ- ବିଶାଖାପାଟଣା ମଧ୍ୟରେ ଚାଲିବାକୁ ଥିବା ଏହି ଟ୍ରେନ୍ ଖୋର୍ଦ୍ଧା ରୋଡ୍, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ ରୋଡ୍ ଓ ବିଜୟନଗରମଠାରେ ରହିବ । ଶନିବାରକୁ ଛାଡ଼ି ଅନ୍ୟ ସମସ୍ତ ଦିନ ଏହି ଟ୍ରେନ ଚାଲିବ । ସେହିପରି ଖୋର୍ଦ୍ଧା ରୋଡ ଷ୍ଟୋସନରେ ଏକ ଜନ ଔଷଧୀ କେନ୍ଦ୍ରର ମଧ୍ୟ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.7 ° C
    25.7 °
    25.7 °
    93 %
    1.5kmh
    100 %
    Sat
    27 °
    Sun
    29 °
    Mon
    31 °
    Tue
    30 °
    Wed
    25 °

    ସମ୍ବନ୍ଧିତ