Monday, October 5, 2026
22.4 C
Odisha

    ମାର୍ଚ୍ଚ ୬ରେ ମୋଦୀଙ୍କ ପଶ୍ଚିମବଙ୍ଗ ଗସ୍ତ, ସନ୍ଦେଶଖାଲି ପୀଡ଼ିତାଙ୍କୁ ଭେଟିବା ସମ୍ଭାବନା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ସନ୍ଦେଶଖାଲିରେ ମହିଳାଙ୍କ ପ୍ରତି ହେଉଥିବା ଯୌନ ନିର୍ଯାତନା ଓ ହିଂସାକୁ ନେଇ ସାରାଦେଶ ସ୍ତବ୍ଧ ହୋଇଯାଇଛି। ବିଜେପି, କଂଗ୍ରେସ, ବିଏସପି ସମେତ ଅନେକ ଦଳ ଏହି ପ୍ରସଙ୍ଗରେ ମମତା ବାନାର୍ଜୀଙ୍କ ତୃଣମୂଳ ସରକାରଙ୍କୁ ବିରୋଧ କରିବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଇତି ମଧ୍ୟରେ ସୂଚନା ମିଳିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପଶ୍ଚିମବଙ୍ଗ ଗସ୍ତ କରିପାରନ୍ତି । ସେ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲ୍ଲାରେ ଏକ ରାଲି କରିବେ ବୋଲି କୁହାଯାଉଛି। ସନ୍ଦେଶଖାଲି ମଧ୍ୟ ଉତ୍ତର ୨୪ ପ୍ରଗଣା ଜିଲ୍ଲାରେ ଅବସ୍ଥିତ । କେବଳ ଏତିକି ନୁହେଁ ଏହି ସମୟ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀ ସନ୍ଦେଶଖାଲିର ପୀଡିତ ମହିଳାମାନଙ୍କୁ ମଧ୍ୟ ସାକ୍ଷାତ କରିପାରନ୍ତି ।

    ପଶ୍ଚିମବଙ୍ଗ ବିଜେପି ସଭାପତି ସୁକାନ୍ତ ମଜୁମଦାର ପ୍ରଧାନମନ୍ତ୍ରୀ ମୋଦୀଙ୍କ ରାଜ୍ୟ ଗସ୍ତ ସମ୍ପର୍କରେ ସୂଚନା ଦେଇଛନ୍ତି। ଆସନ୍ତା ୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲ୍ଲାର ବାରାସାତଠାରେ ଏକ ମହିଳା ସମାବେଶକୁ ସମ୍ବୋଧିତ କରିବାର ସମ୍ଭାବନା ରହିଛି। ପଶ୍ଚିମବଙ୍ଗ ବିଜେପି ସଭାପତି ସୁକାନ୍ତ ମଜୁମଦାରଙ୍କୁ ପଚରାଯାଇଥିଲା ଯେ ପ୍ରଧାନମନ୍ତ୍ରୀ ସନ୍ଦେଶଖାଲିର ମହିଳାମାନଙ୍କୁ ଭେଟିବେ କି? ସନ୍ଦେଶଖାଲିର ଭଉଣୀ ଓ ମା’ ଯଦି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବାକୁ ଚାହୁଁଛନ୍ତି, ତେବେ ଆମେ ନିଶ୍ଚିତ ଭାବେ ବ୍ୟବସ୍ଥା କରିବୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    75 %
    1.4kmh
    0 %
    Sun
    22 °
    Mon
    31 °
    Tue
    31 °
    Wed
    31 °
    Thu
    29 °

    ସମ୍ବନ୍ଧିତ