Saturday, April 4, 2026
29 C
Odisha

    ଆହୁରି ତିନି ଦିନ ଯାଏ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମପ୍ରବାହ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ତାତିରୁ ନାହିଁ ନିସ୍ତାର, ଆହୁରି ଦୁଇରୁ ତିନି ଦିନ ଯାଏ ରହିବ ହିଟ୍ ଓ୍ଵେଭର ପ୍ରଭାବ। ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତି। ସେ କହିଛନ୍ତି, ଆଜି ବି ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ୪୫ ଡିଗ୍ରି ଟପିବା ଆଶଙ୍କା ରହିଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ଟ୍ଵିନ ସିଟି ସହ ବୋୖଦ୍ଧ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାକୁ ଆଲର୍ଟ କରାଯାଇଛି। ଦୁଇ ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରି ଯାଏ ହ୍ରାସ ପାଇବା ସମ୍ଭାବନା ରହିଥିବା ବେଳେ ୬,୭ ତାରିଖ ବେଳକୁ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଫଳରେ ତାତିରୁ ତ୍ରାହି ମିଳିପାରେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    29 ° C
    29 °
    29 °
    35 %
    0.8kmh
    84 %
    Sat
    38 °
    Sun
    36 °
    Mon
    38 °
    Tue
    38 °
    Wed
    38 °

    ସମ୍ବନ୍ଧିତ