Sunday, March 22, 2026
21.2 C
Odisha

    ଓଡ଼ିଶାରେ ଆୟୁଷ୍ମାନ ଭାରତ ପାଇଁ ରାଜ୍ୟ ଓ କେନ୍ଦ୍ର ମଧ୍ୟରେ ହେଲା ଚୁକ୍ତିନାମା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଭାରତ। ଏଥିପାଇଁ ନୂଆଦିଲ୍ଲୀରେ ରାଜ୍ୟ ଓ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗି ଗୋଟିଏ କାର୍ଡ ଦିଆଯିବ ବୋଲି ଓଡ଼ିଶାର ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଏହି ଅବସରରେ ସୂଚନା ଦେଇଛନ୍ତି। ଆଜି ଏହି ଚୁକ୍ତିନାମା ସ୍ବାକ୍ଷରିତ ହେବା ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ୍ ଓରାମ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ। ଆଜି ବିଜ୍ଞାନ ଭବନରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି।

    ଆୟୁଷ୍ମାନ ଯୋଜନା ପ୍ରଥମ ଥର ପାଇଁ ଓଡ଼ିଶାରେ ଲାଗୁ ହେବା ଫଳରେ ଏହି କାର୍ଡ ଦ୍ବାରା ସାରା ଭାରତରେ ଯେକୌଣସି ସ୍ଥାନରେ ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲରେ ୫ ଲକ୍ଷରୁ ୧୦ଲକ୍ଷ ପର୍ଯ୍ୟନ୍ତ ମାଗଣା ଚିକିତ୍ସା କରିପାରିବେ।
    ସୂଚନା ଅନୁଯାୟୀ  ରାଜ୍ୟରେ ଆସନ୍ତା ଫେବ୍ରୁଆରି ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇଥିବା ପ୍ରତିବନ୍ଧକକୁ ଦୂର କରିବା ପରେ ଆଜି ନୂଆଦିଲ୍ଲୀରେ ଏଥିପାଇଁ ଏମଓୟୁ ସ୍ୱାକ୍ଷରିତ ହୋଇଛି । ଓଡ଼ିଶାରେ ଜାରି ରହିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ନୂଆ ନାଁ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା)  ସହ ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ ।  ଗୋଟିଏ କାର୍ଡରେ ଉପଲବ୍ଧ ହେବ ସ୍ୱାସ୍ଥ୍ୟସେବା। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ଯୋଜନା । ପୁରୁଣା କାର୍ଡକୁ ହଟାଇ ଖୁବଶୀଘ୍ର ଦିଆଯିବ ନୂଆ କାର୍ଡ। ପୁରୁଣା କାର୍ଡର ପରିବର୍ତ୍ତନ ହେବ ଲୋଗୋ।

    ଏକ କୋଟି ପରିବାର ଏବଂ ସାଢେ ତିନି କୋଟି ଲୋକ ଏହାର ଲାଭ ପାଇବେ। ଏଥିରେ ପୁରୁଷଙ୍କ ପାଇଁ ୫ ଲକ୍ଷ ଟଙ୍କା ଏବଂ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ସେବା ରହିବ। ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କୁ ମଧ୍ୟ ଆୟୁଷ୍ମାନ ଯୋଜନାରେ ସାମିଲ ହେବା ପାଇଁ ପ୍ରକ୍ରିୟା ଚଳିତମାସ ଶେଷ ସୁଦ୍ଧା ଆରମ୍ଭ କରାଯିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.2 ° C
    21.2 °
    21.2 °
    46 %
    1.9kmh
    53 %
    Sun
    33 °
    Mon
    35 °
    Tue
    37 °
    Wed
    39 °
    Thu
    38 °

    ସମ୍ବନ୍ଧିତ