Friday, February 20, 2026
19 C
Odisha

    ସୁନ୍ଦରଗଡ ସାଂସଦ ଜୁଏଲ ଓରାମଙ୍କ ଗାଡି ଦୁର୍ଘଟଣାଗସ୍ତ, ବାଇକ ଆରୋହୀ ମୃତ

    ଆଗକୁ ପଢନ୍ତୁ

    ସୁନ୍ଦରଗଡ ସାଂସଦ ଜୁଏଲ ଓରାମଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ । ଅପରାହ୍ନ ୨ଟା ସମୟରେ ଭୁବନେଶ୍ୱରରୁ ରାଉରକେଲାକୁ ଯିବା ସମୟରେ ଏହି ଦୁର୍ଘଟଣା ହୋଇଛି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ନିକଟ ରେକୁଳା ଗାଁ ନିକଟରେ ସାଂସଦଙ୍କ ଗାଡି ଜଣେ ବାଇକ ଆରୋହୀଙ୍କୁ ଧକ୍କା ଦେଇଥିଲା । ଗୁରୁତର ଅବସ୍ଥାରେ ଯୁବକଙ୍କୁ ନିକଟସ୍ଥ ମେଡିକାଲକୁ ନିଆଯାଇଥିଲା । ସେଠାରେ ବାଇକ ଆରୋହୀଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର ।
    ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ସାଂସଦ ଜୁଏଲ ଓରାମଙ୍କ ଗାଡିର ସମ୍ମୁଖ ଭାଗ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି । ବାଇକ ମଧ୍ୟ ଦୁର୍ଘଟଣାରେ କ୍ଷତିଗ୍ରସ୍ତ ହୋଇଛି । ଅନ୍ୟପଟେ ଦୁର୍ଘଟଣାକୁ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ସାଂସଦ ଜୁଏଲ ଓରାମ । ତାଙ୍କ ଗାଡି ଆଗକୁ ହଠାତ୍ ବାଇକ ଆସିଯିବାରୁ ଦୁର୍ଘଟଣା ଘଟିଥିବା ଜୁଏଲ ଓରାମ କହିଛନ୍ତି । କାମାକ୍ଷାନଗର ଥାନାରେ ଜୁଏଲ ଉପସ୍ଥିତ ରହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    19 ° C
    19 °
    19 °
    48 %
    2.3kmh
    81 %
    Thu
    19 °
    Fri
    35 °
    Sat
    35 °
    Sun
    35 °
    Mon
    34 °

    ସମ୍ବନ୍ଧିତ