Thursday, July 18, 2024
29 C
Odisha

    ଆଉ ନାହାନ୍ତି ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ହୋଇଛି। ପୂର୍ବତନ ରାଜ୍ୟପାଳଙ୍କ ପରଲୋକ ଖବର ଜାଣିବା ପରେ ବର୍ତ୍ତମାନ ରାଜ୍ୟପାଳ ରଘୁବର ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥି ସହ ଅମର ଆତ୍ମାର ସଦଗତି ନିମନ୍ତେ କାମନା କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

    ସୂଚନାଯୋଗ୍ୟ ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ଓଡ଼ିଶାର ୪୩ତମ ରାଜ୍ୟପାଳ ରୂପେ କାର୍ଯ୍ୟନିର୍ବାହ କରିଥିଲେ। ସେ ୨୧ ଅଗଷ୍ଟ ୨୦୦୭ରୁ ୦୯ ମାର୍ଚ ୨୦୧୩ ପର୍ୟ୍ୟନ୍ତ ଓଡ଼ିଶାର ରାଜ୍ୟପାଳ ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ସୁପ୍ରିମକୋର୍ଟରେ ଜଣେ ବରିଷ୍ଠ ଆଇନଜୀବୀ ଓ ଦୁଇଥର ସୁପ୍ରିମ କୋର୍ଟ ବାର୍ ଆଶୋସିଏସନର ଅଧ୍ୟକ୍ଷ ରୂପେ କାମ କରିଥିବା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ଭାରତୀୟ ଜାତୀୟ କଂଗ୍ରେସ ତରଫରୁ ତିନି ଥର (୧୯୮୦-୮୨, ୧୯୮୨-୮୮,୧୯୮୮-୯୪) ରାଜ୍ୟସଭାକୁ ମଧ୍ୟ ନିର୍ବାଚିତ ହୋଇଥିଲେ।

    ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଥିଲା। ସେ, ଭାରତକୁ ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ୱ କରିଆସିଛନ୍ତି। ମହିଳା ସଶକ୍ତୀକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ ‘ଦି ୱର୍ଲଡ ଅଫ ଜେଣ୍ଡର ଜଷ୍ଟିସ’ ନାମକ ପୁସ୍ତକ ମଧ୍ୟ ରଚନା କରିିଥିଲେ। ସେ ଶିଶୁ ଓ ଭିନ୍ନକ୍ଷମମାନଙ୍କ ଅଧିକାର ପାଇଁ ମଧ୍ୟ କାର୍ଯ୍ୟ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    29 ° C
    29 °
    29 °
    81 %
    2.2kmh
    80 %
    Thu
    29 °
    Fri
    30 °
    Sat
    30 °
    Sun
    29 °
    Mon
    26 °

    ସମ୍ବନ୍ଧିତ