Sunday, March 29, 2026
39.1 C
Odisha

    ଦୁନିଆରୁ ବିଦାୟ ନେଲେ ସଂଗୀତ ନିର୍ଦ୍ଦେଶକ, ଗାୟକ ଅଭିଜିତ୍‌ ମଜୁମ୍‌ଦାର୍‌

    ଆଗକୁ ପଢନ୍ତୁ

    ଓଡ଼ିଶାର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମ୍‌ଦାର୍‌। ଭୁବନେଶ୍ବର ଏମ୍ସ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ସେ ସକାଳ ୯ଟା ୨ ମିନିଟ ସମୟରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା। ଲିଭର ଜନିତ ରୋଗରେ ପୀଡିତ ହୋଇ ଗତ ସେପ୍ଟେମ୍ବରରୁ ଚିକିତ୍ସିତ ହେଉଥିଲେ ଅଭିଜିତ। ପ୍ରଥମେ ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସି ହେଉଥିଲେ, ମାତ୍ର ପରେ ତାଙ୍କ ଅବସ୍ଥାରେ ସୁଧାର ନଆସିବାରୁ ତାଙ୍କୁ ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା।

    ସୂଚନାଯୋଗ୍ୟ, ସେ କ୍ୟାସେଟ୍ ରେ ସଙ୍ଗୀତ ଦେଇ ଓଡ଼ିଆ ସଙ୍ଗୀତଜଗତରେ ପ୍ରବେଶ କରିଥିଲେ। ହେଲେ ୨୦୦୦ ମସିହାରେ ବାସୁଦେବ ତ୍ରିପାଠୀଙ୍କ ପ୍ରଯୋଜିତ ‘କାଶିଆ କପିଳା’ ସିନେମା ଜରିଆରେ ନିଜର ସିନେ ସଂଗୀତ ଯାତ୍ରା ଆରମ୍ଭ କରିଥିଲେ ଅଭିଜିତ୍‌  । ସେ ପ୍ରାୟ ୬୦ରୁ ଅଧିକ ସିନେମାରେ ସଂଗୀତ ଦେଇଥିବା ବେଳେ ୧୦୦ ଊର୍ଧ୍ବ ଆଲବମ୍‌ ପାଇଁ ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି। ତାଙ୍କ ଲୋକପ୍ରିୟ ଗୀତଗୁଡ଼ିକ ମଧ୍ୟରେ ରହିଛି ‘ମାଧବ ହେ ମାଧବ’, ‘ଟ୍ବିଙ୍କଲ୍‌ ଟ୍ବିଙ୍କ୍‌ଲ ଲିଟିଲ୍‌ ଷ୍ଟାର୍‌’, ‘ନାଚିବ ଗବର ସିଂହ’, ‘ବାଳୁଙ୍ଗା ଟୋକା’, ‘ସଜନୀ ସଜନୀ’, ‘ଆମେ ତ ଟୋକା ଷଣ୍ଡ ମାର୍କା’। ତାଙ୍କର ଅନେକ ଆଇଟମ୍‌ ଗୀତ ରହିଛି; ଯାହା ସଂଗୀତପ୍ରେମୀଙ୍କ ମୁହଁରେ ରହିଛି। ‘ତୋର କଞ୍ଚା ହଳଦୀ ଦେହଟା ଗୋରୀ ଲୋ’ ଗୀତରେ ସେ ନିଜେ କଣ୍ଠଦାନ ମଧ୍ୟ କରିଛନ୍ତି। ଅଭିଜିତ୍‌ଙ୍କ ‘ରାତିି ସାରା ବାର୍‌ ଲାଇଟ୍‌ ଦୁକୁ ଦୁକ’ ଗୀତ ତାଙ୍କ ଖୁବ୍ ଲୋକପ୍ରିୟ କରାଇଛି।  ତାଙ୍କୁ ୨୦୧୦ ମସିହାରେ ‘ତୁ ଥା ମୁଁ ଯାଉଛି ରୁଷି’ ସିନେମା ପାଇଁ ଓ ୨୦୨୨ ମସିହାରେ ‘ତୃଷ୍ଣା’ ସିନେମା ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.1 ° C
    39.1 °
    39.1 °
    12 %
    3.7kmh
    2 %
    Sun
    39 °
    Mon
    41 °
    Tue
    38 °
    Wed
    40 °
    Thu
    40 °

    ସମ୍ବନ୍ଧିତ