Wednesday, September 16, 2026
23.9 C
Odisha

    ଭୁବନେଶ୍ବରରେ ନଡ୍ଡା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ତାଙ୍କୁ ସ୍ବାଗତ କରିଛନ୍ତି।

    ଏହାପରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେଇ ଦଳର ସଦସ୍ୟତା ଅଭିଯାନ ସମ୍ପର୍କରେ ଆଲୋଚନା କରିବେ। ଏହି ଅବସରରେ ରାଜ୍ୟର ବିଭିନ୍ନ ଗୋଷ୍ଠୀ, ଅନୁଷ୍ଠାନ ଓ ସଙ୍ଗଠନକୁ ପ୍ରତିନିଧିତ୍ୱ କରୁଥିବା ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗଦେବେ

    ଦଳ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଅପରାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଦଳର ରାଜ୍ୟ ସାଧାରଣ ସମ୍ପାଦକ ଯତୀନ ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସଦସ୍ୟତା କାର୍ଯ୍ୟକର୍ତ୍ତା ଚୟନର ମୂଳ ଆଧାର। ସଙ୍ଗଠନର ମୂଳ କାର୍ଯ୍ୟକର୍ତ୍ତା।

    ଭାଜପାର ମୂଳ ଆଧାର ସଙ୍ଗଠନ। ସଙ୍ଗଠନର ଶକ୍ତି ସହ ଆମର ବୈଚାରିକ ସ୍ପଷ୍ଟତା ଓ ଗରିବ କଲ୍ୟାଣର ମନ୍ତ୍ର ଆମକୁ ଦେଶ ଓ ରାଜ୍ୟରେ ଲୋକଙ୍କ ବିଶ୍ୱାସଭାଜନ କରିଛି।

    ଦଳର ସଦସ୍ୟତା ଅଭିଯାନ-୨୦୨୪’ ଚଳିତ ମାସ ୨ ତାରିଖରୁ ଦେଶବ୍ୟାପୀ ଏବଂ ୩ ତାରିଖରୁ ଓଡ଼ିଶାରେ ଆରମ୍ଭ ହୋଇଛି। ରାଜ୍ୟରେ ସଦସ୍ୟତା ଅଭିଯାନକୁ ସର୍ବବ୍ୟାପୀ ଓ ଗତିଶୀଳ କରିବା ପାଇଁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଓଡ଼ିଶା ଗସ୍ତରେ ଆସିଛନ୍ତି ବୋଲି ଯତୀନ ସୂଚନା ଦେଇଛନ୍ତି।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    23.9 ° C
    23.9 °
    23.9 °
    86 %
    1.1kmh
    31 %
    Wed
    31 °
    Thu
    31 °
    Fri
    30 °
    Sat
    31 °
    Sun
    30 °

    ସମ୍ବନ୍ଧିତ