Monday, September 14, 2026
29.6 C
Odisha

    ମୋହନଙ୍କୁ ନବୀନଙ୍କ ଚିଠି;

    ଆଗକୁ ପଢନ୍ତୁ

    ମୋହନଙ୍କୁ ନବୀନଙ୍କ ଚିଠି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିରୋଧୀ ଦଳର ନେତା ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ଆଡ଼ପମଣ୍ଡପକୁ ବିଜେ ବେଳେ ଚାରମାଳ ଉପରେ ବଡ଼ଠାକୁର ମୁହଁମାଡ଼ି ପଡ଼ିବା ଘଟଣାରେ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ସେ ଚିଠିରେ ଲେଖିଛନ୍ତି ଯେ, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓଡିଆ ଅସ୍ଥିତାର ପ୍ରତୀକ। ଓଡିଆ ଜାତିର ସର୍ବଶ୍ରେଷ୍ଠ ପରିଚୟ। ସେ ହେଉଛନ୍ତି ଏ ଜାତିର ମଉଡମଣି । ଜଗତର ନାଥ ଜଗନ୍ନାଥ । ମହାପ୍ରଭୁଙ୍କ ରଥଯାତ୍ରାରେ ଭାଗ ନେବା ପାଇଁ ଦେଶ ବିଦେଶରୁ ଲକ୍ଷ ଲକ୍ଷ ଜଗନ୍ନାଥ ପ୍ରେମୀ ଆସି ପୁରୀ ଧାମରେ ସମ୍ମିଳିତ ହୋଇଥାନ୍ତି । ସାରା ବିଶ୍ବର କୋଣ ଅନୁକୋଣରେ ରଥଯାତ୍ରା ବିପୁଳ ଶ୍ରଦ୍ଧା ଓ ଭକ୍ତିର ସହ ପାଳନ କରାଯାଇଥାଏ । ଏତଦ୍ ବ୍ୟତୀତ ଟିଭି ଓ ସେସିଆଲ ମିଡିଆ ଜରିଆରେ ସାରା ବିଶ୍ଵର କୋଟି କୋଟି ଜଗନ୍ନାଥପ୍ରେମୀ ମହାପ୍ରଭୁଙ୍କର ଏହି ମାନବୀୟ ଲୀଳାକୁ ସଂଦର୍ଶନ କରି ଦିବ୍ୟ ଆନନ୍ଦ ଲାଭ କରିଥାନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29.6 ° C
    29.6 °
    29.6 °
    65 %
    2.1kmh
    11 %
    Mon
    29 °
    Tue
    31 °
    Wed
    31 °
    Thu
    31 °
    Fri
    30 °

    ସମ୍ବନ୍ଧିତ