Saturday, October 10, 2026
23.6 C
Odisha

    ନବୀନଙ୍କୁ ଭେଟିଲେ ଅଲିମ୍ପିକ୍ସ ବିଜୟୀ ଭାରତୀୟ ହକିଦଳ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଅଲିମ୍ପିକରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ହକି ଦଳ ଗୁରୁବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ କରିଛନ୍ତି। ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀଙ୍କ ନେତୃତ୍ୱରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ନବୀନ ପଟ୍ଟନାୟକ ଖେଳାଳିମାନଙ୍କୁ ଉପଢ଼ୌକନ ଓ ରୁପା ତାରାକସିର କୋଣାର୍କ ଚକ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।ଏହି ଅବସରରେ ନବୀନ ଖେଳାଳୀମାନଙ୍କୁ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ଦିନରେ ଦେଶର ଗୌରବକୁ ଆହୁରି ଉଚ୍ଚସ୍ତରକୁ ନେବାକୁ କାମ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ। ଆଗାମୀ ଅଲମ୍ପିକରେ ଓଡିଶା ତଥା ଭାରତ ହକିରେ ସୁନା ପଦକ ଆଶା ରଖିଛନ୍ତି ବୋଲି ନବୀନ ସାକ୍ଷାତ୍ ଅବସରରେ ହକିଦଳକୁ କହିଛନ୍ତି।

    ଖେଳାଳୀମାନେ ସେମାନଙ୍କ ସ୍ଵାକ୍ଷର ସମ୍ବଳିତ ଜର୍ସି ନବୀନଙ୍କୁ ପ୍ରଦାନ କରିଥିଲେ। ଭାରତୀୟ ହକି ଦଳ ସବୁବେଳେ ଓଡିଶା ତଥା ଓଡିଶାବାସୀଙ୍କ ନିକଟରେ ସେମାନଙ୍କ ସହଯୋଗ ଓ ସମର୍ଥନ ପାଇଁ କୃତଜ୍ଞ ରହିବ ବୋଲି ହକି ଦଳ ଖେଳାଳି କହିଥିଲେ। ଓଡିଶାବାସୀଙ୍କ ସମର୍ଥନ ଯୋଗୁଁ ଭାରତୀୟ ହକି ତାର ଗୌରବ ଫେରି ପାଇଛି ବୋଲି ଖେଳାଲିମାନେ ପ୍ରକାଶ କରିବା ସହ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    79 %
    1.5kmh
    1 %
    Sat
    23 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ