Friday, September 11, 2026
23.6 C
Odisha

    ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ରଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଗଜପତିର ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତଃ ଦାସ ଜଣେ ନିଷ୍ଠାପର, ଦାୟିତ୍ୱ ସମ୍ପନ୍ନ ଅଧିକାରୀ ଭାବେ ଜନସାଧାରଣଙ୍କ ହିତ ପାଇଁ ସର୍ବଦା କାର୍ଯ୍ୟରତ ଥିଲେ ବୋଲି ନବୀନ କହିଛନ୍ତି। ଉଚ୍ଚକୋଟୀର ପ୍ରଶାସନିକ ଦକ୍ଷତା ପାଇଁ ସେ ସବୁମହଲରେ ପ୍ରଶଂସିତ ଥିଲେ। ତାଙ୍କ ବିୟୋଗରେ ରାଜ୍ୟ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀଙ୍କୁ ହରାଇଲା। ନବୀନ ସ୍ବର୍ଗତ ବୀରେନ୍ଦ୍ରଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

    ସୂଚନାଯୋଗ୍ୟ, ଗାଉଥିବା ବେଳେ ଜିଲ୍ଲା ରେଭିନ୍ୟୁ ଏଡିଏମ୍ ବୀରେନ୍ଦ୍ର କୁମାର ଦାଶଙ୍କ ମୃତ୍ୟୁ ଘଟିଥିଲା। ଶାନ୍ତିପୂର୍ଣ୍ଣ ଭାବେ ନିର୍ବାଚନ ସରିବା ଖୁସିରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବୀରେନ୍ଦ୍ର ଶ୍ରୀଜଗନ୍ନାଥଙ୍କ ଭକ୍ତି ଗୀତ ଭକତ ବିଦୂର ଶାଗ ଭଜା ଦେଇ ଗାଉଥିଲେ ।

    ଗୀତ ଗାଉଥିବା ବେଳେ ହଠାତ୍ ସେ ତଳେ ପଡି ଯାଇଥିଲେ। ତୁରନ୍ତ ତାଙ୍କୁ ଚିକିତ୍ସା ଲାଗି ବ୍ରହ୍ମପୁର ହସ୍ପିଟାଲକୁ ନିଆଯାଇଥିଲା। କିନ୍ତୁ ହସ୍ପିଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ରେଭିନ୍ୟୁ ଏଡିଏମଙ୍କ ଏଭଳି ମୃତ୍ୟୁକୁ ସହଯୋଗୀ ଷ୍ଟାଫ୍ ସହଜରେ ଗ୍ରହଣ କରି ପାରୁନାହାନ୍ତି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.6 ° C
    23.6 °
    23.6 °
    98 %
    0.9kmh
    100 %
    Thu
    24 °
    Fri
    26 °
    Sat
    27 °
    Sun
    28 °
    Mon
    31 °

    ସମ୍ବନ୍ଧିତ