Saturday, July 27, 2024
24.6 C
Odisha

    ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ଉନ୍ମୋଚିତ ହୋଇଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉନ୍ମୋଚିତ କରିଛନ୍ତି । ଯାହାର ଟ୍ୟାଗଲାଇନ ରହିଛି ଭାଷା ହିଁ ଭବିଷ୍ୟତ । ଏହି ଲୋଗୋ ଉନ୍ମୋଚନ ସହ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ କହିଛନ୍ତି, ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ । ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭକରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି । ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ କରାଯାଇଛି ବୋଲି କହିଛନ୍ତି ନବୀନ । ଏକ ସ୍ୱତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଆମ ଭବିଷ୍ୟତ ପିଢ଼ିଙ୍କ ପାଖରେ କିପରି ଓଡ଼ିଆ ଭାଷାର ଆଦର ବଢ଼ିବ ଏବଂ ଆଧୁନିକ ଜ୍ଞାନକୌଶଳ ଜରିଆରେ ଆମ ଭାଷା କିପରି ଆଗକୁ ବଢ଼ିପାରିବ ସେ ସମ୍ପର୍କରେ ବିଚାର- ବିମର୍ଷ କରି ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ବୋଲି କହିଛନ୍ତି ନବୀନ । ଆସନ୍ତା ଫେବ୍ରୁଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ