Monday, April 6, 2026
23.6 C
Odisha

    ମହାପ୍ରଭୁଙ୍କୁ ଦର୍ଶନ କରି ରାଜ୍ୟବାସୀଙ୍କ ସୁଖ, ସମୃଦ୍ଧି କାମନା କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ପୁରୀ: ମଙ୍ଗଳବାର ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମହାପ୍ରଭୁଙ୍କ ଆଶୀର୍ବାଦ ଲୋଡିବା ସହ ରାଜ୍ୟବାସୀଙ୍କ ସୁଖ, ସମୃଦ୍ଧି କାମନା କରିଛନ୍ତି। ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନରେ ମୁଖ୍ୟମନ୍ତ୍ରୀ ଆଜି ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ପରିକ୍ରମା ପ୍ରକଳ୍ପର ପୁନଃ ପ୍ରଦକ୍ଷୀଣ କରିଛନ୍ତି। ଭକ୍ତ ମାନଙ୍କୁ ମିଳୁଥିବା ନୂତନ ସୁବିଧା ସୁଯୋଗ ସମ୍ପର୍କର ଅନୁଭୂତି ନେବାପାଇଁ ମୁଖ୍ୟମନ୍ତ୍ରୀ ଆଜି ପୁଣି ଥରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ହେଲିକପ୍ଟରରେ ଆସି ଅପରାହ୍ନ ୪ଟା ୪୦ରେ ମାଟିତୋଟାସ୍ଥିତ ଅସ୍ଥାୟୀ ହେଲିପ୍ୟାଡ୍‌ରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହିତ ‘୫-ଟି’ ଓ ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଆସିଥିଲେ। ସେଠାରେ ଜିଲ୍ଲାପାଳ ସମର୍ଥ ବର୍ମା, ଏସ୍‌ପି ଡ. କନୱର ବିଶାଲ ସିଂ ସ୍ୱାଗତ କରିଥିଲେ। ସେଠାରୁ କାର୍‌ ଯୋଗେ ଶ୍ରୀସେତୁ ଦେଇ ଜଗନ୍ନାଥ ବଲ୍ଲଭ ପିଲିଗ୍ରୀମ ସେଣ୍ଟର (ଜେବିପିସି)ରେ ପହଞ୍ଚିଥିଲେ। ସେଠାରୁ ବ୍ୟାଟେରି ଗାଡିରେ ଶ୍ରୀମାର୍ଗ ଦେଇ ଅପରାହ୍ନ ୫ଟାରେ ସିଂହଦ୍ୱାରଠାରେ ପହଞ୍ଚିଥିଲେ। ଗାଡିରୁ ଓହ୍ଲାଇବା ପରେ ସିଂହଦ୍ୱାର ସମ୍ମୁଖରେ ସମବେତ ଜନସାଧାରଣ ଏବଂ ମନ୍ଦିର ବେଢା ଭିତରେ ଥିବା ଭକ୍ତଙ୍କୁ ହାତ ହଲାଇ ଶୁଭେଚ୍ଛା ଜଣାଇଥିଲେ ମୁଖ୍ୟମନ୍ତ୍ରୀ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ସମେତ ପରିଚାଳନା କମିଟି ସେବାୟତ ପ୍ରତିନିଧି ପ୍ରମୁଖ ସ୍ୱାଗତ ଜଣାଇବା ସହ ମୁଖ୍ୟମନ୍ତ୍ରୀଙ୍କୁ ମନ୍ଦିରକୁ ପାଛୋଟି ନେଇଥିଲେ। ମୁଖ୍ୟମନ୍ତ୍ରୀ ସିଂହଦ୍ୱାର ଗୁମୁଟରେ ପତିତପାବନଙ୍କୁ ଦର୍ଶନ କରିବା ପରେ ଆଗକୁ ବଢିଥିଲେ। ଗୋଟିଏ ପରେ ଗୋଟିଏ ପାଦ ପକାଇ ବାଇଶିପାହାଚ ଚଢିବା ଦୃଶ୍ୟ ଥିଲା ବେଶ୍‌ ନିଆରା। ବାଇଶିପାହାଚରୁ ସାତପାହଚ ପର୍ଯ୍ୟନ୍ତ ଉଭୟ ପାଶ୍ୱର୍ରେ ଥିବା ଦେବାଦେବୀଙ୍କୁ ହାତଯୋଡି ନମସ୍କାର କରିଛନ୍ତି। ରତ୍ନସିଂହାସନରେ ଦାରୁବିଗ୍ରହଙ୍କୁ ଦର୍ଶନ କରି ଆଶୀର୍ବାଦ ଲୋଡିବା ସହ ରାଜ୍ୟବାସୀଙ୍କ ସୁଃଖ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ସେବାୟତଙ୍କ ସହ ଶ୍ରୀମନ୍ଦିର ଏବଂ ଶ୍ରୀକ୍ଷେତ୍ରର ବିକାଶ ନେଇ ଆଲୋଚନା ମଧ୍ୟ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    73 %
    1.7kmh
    3 %
    Sun
    24 °
    Mon
    38 °
    Tue
    35 °
    Wed
    37 °
    Thu
    37 °

    ସମ୍ବନ୍ଧିତ