Sunday, October 18, 2026
22.4 C
Odisha

    ଶପଥ ସମାରୋହରେ ଯୋଗଦେବାକୁ ନବୀନଙ୍କୁ ନିମନ୍ତ୍ରଣ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ଅନୁଷ୍ଠିତ ହେବ। ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି। ନବୀନ ନିବାସ ଯାଇ ନିମନ୍ତ୍ରଣ ଦେଇଛନ୍ତି ବିଜେପିର ୫ ବରିଷ୍ଠ ନେତା । ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ ଓ ସମୀର ମହାନ୍ତି ନବୀନ ନିବାସ ଯାଇ ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି। ସୂଚନା ଅନୁଯାୟୀ, ଆସନ୍ତାକାଲି ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଜନତା ମଇଦାନରେ ନେବେ ଶପଥ ପାଠ। ଶପଥ ଗ୍ରହଣ ସମାରୋହ ପାଇଁ ଜନତା ମୈଦାନ ସୁରକ୍ଷାର ପ୍ରତିଟି ଦିଗ ଉପରେ କମିସନରେଟ୍‌ ନଜର ରଖିଛି। ସମ୍ପୂର୍ଣ୍ଣ ଜନତା ମୈଦାନକୁ ସିସିଟିଭି ନଜରରେ ରଖାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭିଭିଆଇପିଙ୍କ ବିମାନବନ୍ଦରରେ ପହଞ୍ଚିବା ଠାରୁ ହୋଟେଲ୍‌ରେ ରହିବା, ଉତ୍ସବସ୍ଥଳକୁ ଯିବା ଏବଂ ବିମାନବନ୍ଦରକୁ ଫେରିବା ପର୍ଯ୍ୟନ୍ତ ସବୁଠି ପୁଲିସ ଛାଉଣୀ କରାଯାଇଛି। ଟ୍ରାଫିକ୍‌ରେ ସମସ୍ୟା ଦେଖା ନ ଦେବା ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.4 ° C
    22.4 °
    22.4 °
    89 %
    1.4kmh
    19 %
    Sat
    22 °
    Sun
    30 °
    Mon
    31 °
    Tue
    30 °
    Wed
    29 °

    ସମ୍ବନ୍ଧିତ