Sunday, September 20, 2026
24.6 C
Odisha

    କାଲି ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ; କେମିତି ରହିଛି ଟ୍ରାଫିକ କଟକଣା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସୋମବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ସୋ କରିବେ। କାଲି ଅପରାହ୍ନ ୪ରୁ ଭୁବନେଶ୍ବର ର ପୁନମା ଗେଟ ଫ୍ଲାଏ ଓଭର ବ୍ରିଜ, ପଳାଶପଲ୍ଲୀ ଠାରୁ ବିଡିଏ କଲୋନୀ ଛକ, ସୁନ୍ଦରପଦା ହାଟ, ପୋଖରୀପୁଟ ଛକ, ପ୍ରମେୟ ଛକ, ଶିରିପୂର ଛକ, ଗଙ୍ଗନଗର ଛକ, ରାଜେନ୍ଦ୍ର ବିହାର ହୋଇ ଏକାମ୍ର ଛକରେ ରୋଡ ସୋ ଶେଷ ହେବ। ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ ପାଇଁ କମିଶନରେଟ ପୁଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି। ପୁଲିସ କମିଶନରେଟ ଭୁବନେଶ୍ବର କଟକ ଟ୍ରାଫିକ୍ ଓ ପବ୍ଲିକ୍ ଅର୍ଡର ୨୦ ଧାରା ୩୬ ଅନୁସାରେ, ଅପରାହ୍ଣ ୪ଟାରୁ ରୋଡ ସୋ ସରିବା ପର୍ଯ୍ୟନ୍ତ ରହିବ କଟକଣା ।

    ଏହି ସମୟରେ ଯାତାୟାତା ଉପରେ କଟକଣା ରହିବ। କାଲି ଅପରାହ୍ନ ୪ ଘଟିକା ଠାରୁ ରୋଡ ସୋ ସରିବା ପର୍ଯ୍ୟନ୍ତ ପୁନମା ଗେଟ ଫ୍ଲାଏ ଓଭର ବ୍ରିଜ, ପଳାଶପଲ୍ଲୀ ଠାରୁ ବିଡିଏ କଲୋନୀ ଛକ, ସୁନ୍ଦରପଦା ହାଟ, ପୋଖରୀପୁଟ ଛକ, ପ୍ରମେୟ ଛକ, ଶିରିପୂର ଛକ, ଗଙ୍ଗନଗର ଛକ, ରାଜେନ୍ଦ୍ର ବିହାର ହୋଇ ଏକାମ୍ର ଛକ ରାସ୍ତା ଦେଇ କୌଣସି ପ୍ରକାରର ଯାନବାହନ ଯିବା ଆସିବା କରି ପାରିବେ ନାହିଁ । କୌଣସି ପ୍ରକାରର ଯାନବାହାନ ଖଣ୍ଡଗିରୀ ଛକ ପଟୁ ଜାଗମାର ଛକ ଆଡକୁ ଓ ଡେଲ୍ ଛକ ପଟୁ ସିଟି ଓମେନ୍ସ କଲେଜ ଆଡକୁ ଯାଇପାରିବେ ନାହିଁ । ଉକ୍ତ ରାସ୍ତାକୁ ସଂଯୋଗ କରୁଥିବା ସମସ୍ତ ଗଳି ରାସ୍ତାରୁ କୌଣସି ପ୍ରକାରର ଯାନବାହନ ସେହି ରାସ୍ତାକୁ ଯିବାକୁ ଦିଆଯିବ ନାହିଁ। ଉପରୋକ୍ତ ରାସ୍ତାରେ ନଯାଇ ଅନ୍ୟ ରାସ୍ତା ଦେଇ ଯାତାୟାତ କରିବା ନିମନ୍ତେ କମିଶନରେଟ ପୁଲିସ ଜନସାଧାରଣଙ୍କୁ ଅନୁରୋଧ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    93 %
    1.8kmh
    100 %
    Sat
    25 °
    Sun
    31 °
    Mon
    30 °
    Tue
    28 °
    Wed
    27 °

    ସମ୍ବନ୍ଧିତ