Thursday, April 2, 2026
25.4 C
Odisha

    ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା: କଟିଲା ତିନି ପୂର୍ବତନ ମନ୍ତ୍ରୀଙ୍କ ଟିକେଟ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ୍ ଘୋଷଣା କରିଛନ୍ତି। ବିଜେଡି଼ର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୪ ନୂଆ ମୁହଁ ଥିବା ବେଳେ ୪ ମହିଳା ଅଛନ୍ତି। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା, ସନାତନ ମହାକୁଡ଼ଙ୍କୁ ଚମ୍ପୁଆ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା, ଚିଲିକାରୁ ରଘୁନାଥ ସାହୁ, ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ଶୁଭାଷିନୀ ସାହୁ ଓ କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମଙ୍କୁ ଦଳ ପ୍ରାର୍ଥୀ କରିଛି। ତେବେ ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକାରେ କଟିଛି ତିନି ପୂର୍ବତନ ମନ୍ତ୍ରୀଙ୍କ ଟିକେଟ। ଏମାନେ ହେଲେ କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା, ସିମୁଳିଆ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଓ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ।
    ବିଜେଡି ଏପର୍ଯ୍ୟନ୍ତ ୧୩୫ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିସାରିଥିବା ବେଳେ ୧୨ଟି ଆସନରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିନାହିଁ। ଏଣେ ଏଯାଏ ୧୬ଟି ଆସନରେ ନାଁ ଘୋଷଣା କରିନି ବିଜେପି। ଠିକ୍ ସେହିପରି କଂଗ୍ରେସ ମଧ୍ୟ ୧୨୫ଟି ଆସନରେ ନିଜ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିବା ବେଳେ ବାକି ଅଛି ଆଉ ୨୨ ଟି ଆସନ, ଯେଉଁଠି ପ୍ରାର୍ଥୀ ଘୋଷଣା କରିନି ଦଳ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.4 ° C
    25.4 °
    25.4 °
    49 %
    1.5kmh
    0 %
    Thu
    40 °
    Fri
    41 °
    Sat
    39 °
    Sun
    38 °
    Mon
    34 °

    ସମ୍ବନ୍ଧିତ