Tuesday, March 11, 2025
19.8 C
Odisha

    ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ । ଭୁବନେଶ୍ବର ଜନତା ମଇଦାନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଟିତ ହେବ । ଆଜି ଅପରାହ୍ନ ୪ଟା ୫୫ ମିନିଟରେ ଭୁବନେଶ୍ୱରର ଜନତା ମଇଦାନରେ ରାଜ୍ୟପାଳ ରଘୁବର ଦାସ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଉପ ମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଶପଥ ନେବେ । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ରହିବେ । ଶପଥ ଗ୍ରହଣ ସମାରୋହ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

    ବିଧାନସଭା ନିର୍ବାଚନରେ ୭୮ଟି ଆସନ ଜିଣି ବିଜେପି ସଂଖ୍ୟାଗରିଷ୍ଠତା ହାସଲ କରିଥିଲା । ହେଲେ ମୁଖ୍ୟମନ୍ତ୍ରୀ ଚୟନ ବିଳମ୍ବିତ ହୋଇଥିଲା । ଗତକାଲି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ ଓ ଭୂପେନ୍ଦ୍ର ସିଂହ ଭୁବନେଶ୍ୱର ଆସି ନବନିର୍ବାଚିତ ବିଜେପି ବିଧାୟକ ଦଳ ବୈଠକରେ ଯୋଗ ଦେଇଥିଲେ। ବୈଠକ ପରେ ରାଜନାଥ ସିଂହ ମୋହନ ମାଝୀ ସର୍ବସମ୍ମତିକ୍ରମେ ନେତା ନିର୍ବାଚିତ ହୋଇଥିବା ଘୋଷଣା କରିଥିଲେ । ଏଥିସହ ଉପ ମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ନାମ ଘୋଷଣା କରିଥିଲେ ରାଜନାଥ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.8 ° C
    19.8 °
    19.8 °
    46 %
    1.6kmh
    0 %
    Tue
    36 °
    Wed
    39 °
    Thu
    40 °
    Fri
    41 °
    Sat
    40 °

    ସମ୍ବନ୍ଧିତ