Tuesday, April 7, 2026
26.1 C
Odisha

    ଶପଥ ଗ୍ରହଣ କଲେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶାର ୨୭ତମ ରାଜ୍ୟପାଳଭାବେ ଡକ୍ଟର ହରିବାବୁ କମ୍ଭମପତି ଆଜି ଶପଥ ଗ୍ରହଣ କରିଛନ୍ତି। ରାଜଭବନର ନୂଆ ଅଭିଷେକ ହଲ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରନ୍ ସିଂହ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖଙ୍କ ସମେତ ମନ୍ତ୍ରିମଣ୍ଡଳର ସଦସ୍ୟ, ବିଧାୟକ ଓ ସାଂସଦ ମାନେ ଉପସ୍ଥିତ ଥିଲେ। ଏହାଛଡ଼ା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବି ଏଥିରେ ଉପସ୍ଥିତ ଥିଲେ।

    ସୂଚନାଯୋଗ୍ୟ, ଗତକାଲି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି ସୁରମା ପାଢ଼ୀଙ୍କ ସମେତ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ତାଙ୍କୁ ସ୍ବାଗତ କରିଥିଲେ।

    ଗତକାଲି ସନ୍ଧ୍ୟାରେ ଶ୍ରୀ କମ୍ଭମପତି ସପରିବାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ଏହି ଅବସରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ସହ ମା’ ବିମଳା, ମହାଲକ୍ଷ୍ମୀଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିଲେ। ପ୍ରାୟ ୪୫ ମିନିଟ୍ ଧରି ଶ୍ରୀମନ୍ଦିର ଭିତରେ ସେ ରହିଥିଲେ ଓ ମହାପ୍ରସାଦ ସେବନ କରି ଫେରିଥିଲେ। ସିଂହଦ୍ୱାରରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ତାଙ୍କୁ ଲାଗିଖଣ୍ଡୁଆ ଦେଇ ସ୍ବାଗତ କରାଯାଇଥିଲା। ଶ୍ରୀମନ୍ଦିର ସେବାୟତଙ୍କ ପକ୍ଷରୁ ସୋମନାଥ ଖୁଣ୍ଟିଆ ଓ ଅନ୍ୟମାନେ ଲାଗିଖଣ୍ଡୁଆ ପ୍ରଦାନ ପୂର୍ବକ ସ୍ବାଗତ ଜଣାଇଥିଲେ। ଦର୍ଶନ ସାରି ଫେରିବା ପରେ ଜୟ ଜଗନ୍ନାଥ କହି ଭାବବିହ୍ୱଳ ହୋଇ ପଡ଼ିଥିଲେ ନୂଆ ରାଜ୍ୟପାଳ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.1 ° C
    26.1 °
    26.1 °
    59 %
    3.2kmh
    82 %
    Tue
    31 °
    Wed
    39 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ