Thursday, March 26, 2026
30.8 C
Odisha

    Big breking: ଯୁବ ସମାଜ ପାଇଁ ନୂଆ ସ୍କିମ ‘ସ୍ୱୟମ’–ସ୍ୱତନ୍ତ୍ର ଯୁବ ଉଦ୍ୟମୀ: ବିନା ସୁଧରେ ମିଳିବ ୧ ଲକ୍ଷ ପର୍ଯ୍ୟନ୍ତ ଋଣ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରାଜ୍ୟର ଯୁବକ ଯୁବତୀମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବର୍ତ୍ତମାନ ଆସିଥିବା ନୂଆ ଜାଗରଣରେ ଓଡିଶାର ସହରାଞ୍ଚଳ ଓ ଗ୍ରାମାଞ୍ଚଳର ଯୁବ ସମାଜକୁ ସାମିଲ କରିବା ପାଇଁ ଆଜି ରାଜ୍ୟ କ୍ୟାବିନେଟ ‘ସ୍ୱୟମ’ ନାମରେ ଏକ ନୂତନ ଯୋଜନାକୁ ଅନୁମତି ଦେଇଛନ୍ତି। ଏହା ଦ୍ୱାରା ରାଜ୍ୟର ବ୍ୟବସାୟିକ ବାତାବରଣ ଆହୁରି ଉଜ୍ଜ୍ୱଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ‘ସ୍ୱୟମ’ ହେଉଛି ସ୍ୱତନ୍ତ୍ର ଯୁବ ଉଦ୍ୟମୀ ( Swatantra Yuba Udyami) । ଏହି ଯୋଜନାରେ ୧୮ରୁ ୩୫ ବର୍ଷ ବୟମର ଯୁବକ ଯୁବତୀମାନଙ୍କୁ ବ୍ୟବସାୟ କରିବା ପାଇଁ ୧ ଲକ୍ଷ ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ବିନା ସୁଧରେ ପ୍ରଦାନ କରାଯିବ। ଏହି ଯୋଜନାରେ ରାଜ୍ୟ ସରକାର ପ୍ରାଥମିକ ପର୍ଯ୍ୟାୟରେ ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳର ୧ ଲକ୍ଷ ଯୋଗ୍ୟ ଯୁବକ ଯୁବତୀମାନଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଏଥି ପାଇଁ ରାଜ୍ୟ ସରକାର ତାଙ୍କ ନିଜ ବଜେଟରୁ ୪୪୮ କୋଟି ଟଙ୍କା ଖର୍ଚ୍ଚ କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.8 ° C
    30.8 °
    30.8 °
    20 %
    2.9kmh
    0 %
    Thu
    32 °
    Fri
    39 °
    Sat
    39 °
    Sun
    41 °
    Mon
    41 °

    ସମ୍ବନ୍ଧିତ