Thursday, October 15, 2026
23.8 C
Odisha

    ୧୨ ଦିନର ଲୀଳାଖେଳ ଶେଷ: ନୀଳାଦ୍ରି ବିଜେ କରୁଛନ୍ତି ନୀଳାଦ୍ରିନାଥ

    ଆଗକୁ ପଢନ୍ତୁ

    ପୁରୀ: ମହାପ୍ରଭୁଙ୍କ ବହୁ ପ୍ରତୀକ୍ଷିତ ଘୋଷଯାତ୍ରା ଶେଷ ହୋଇଛି। ଶ୍ରୀଗୁଣ୍ଡିଚାରୁ ଆରମ୍ଭ ହୋଇଥିବା ଏହି ବାର୍ଷିକ ଯାତ୍ରା ୧୨ ଦିନରେ ଶେଷ ହେଲା ପରେ ନୀଳାଦ୍ରିନାଥ ଶୁକ୍ରବାର ନୀଳାଦ୍ରି ବିଜେ କରୁଛନ୍ତି। ରଥାରୂଢ଼ ଚତୁର୍ଦ୍ଧା ବିଗ୍ରହ ରଥ ଉପରୁ ପୁଣି ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରୁଛନ୍ତି। ରଥ ଉପରୁ ପ୍ରଥମେ ମଦନମୋହନ ରାମ-କୃଷ୍ଣଙ୍କୁ ଅଣାଯାଇ ଶ୍ରୀମନ୍ଦିରରେ ବିଜେ କରାଯାଇଥିଲା। ମଦନମୋହନଙ୍କ ପରେ ଚକ୍ରରାଜ ସୁଦର୍ଶନଙ୍କୁ ବିରାଜମାନ କରାଯାଇଥିଲା। ଏହା ପରେ ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରା ଗୋଟି ପହଣ୍ଡିରେ ରତ୍ନ ସିଂହାସନକୁ ବିଜେ କରିଛନ୍ତି। କିଛି ସମୟ ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଯିବ।
    ସେହିପରି ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ ବ୍ରହ୍ମାଣ୍ଡଠାକୁର। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

    ନିର୍ଘଣ୍ଟ ନୀତି ଅନୁଯାୟୀ, ଆଜି ଭୋର ୪ଟାରେ ତିନିରଥରେ ମଙ୍ଗଳ ଆଳତି ପରେ ସାଢ଼େ ୪ଟାରେ ମଇଲମ ଓ ତଡ଼ପଲାଗି, ସକାଳ ୫ଟାରେ ଅବକାଶ ନୀତି ପରେ ସକାଳ ସାଢ଼େ ୫ଟାରେ ବେଶଶେଷ ହେବ। ସାଢ଼େ ୬ଟାରେ ଗୋପାଳବଲ୍ଲଭ, ୭ଟାରୁ ୮ଟା ସକାଳଧୂପ, ସାଢ଼େ ୮ଟାରେ ମଇଲମ, ସାଢ଼େ ୯ଟାରେ ଯାତ୍ରାଙ୍ଗୀ ମହାସ୍ନାନ ଓ ସର୍ବାଙ୍ଗ, ପୂର୍ବାହ୍ଣ ୧୦ଟାରେ ବେଶଶେଷ, ସାଢ଼େ ୧୦ଟାରୁ ସାଢ଼େ ୧୧ଟା ମଧ୍ୟାହ୍ନଧୂପ, ପୂର୍ବାହ୍ଣ ୧୧ଟା ୪୫ରୁ ୧୨ଟା ଭିତରେ ମଇଲମ ଓ ବେଶ, ୧୨ଟା ୧୫ରେ ସନ୍ଧ୍ୟାଆଳତି, ଅପରାହ୍ଣ ସାଢ଼େ ୧୨ଟାରୁ ସାଢ଼େ ଗୋଟାଏ ସନ୍ଧ୍ୟାଧୂପ ନୀତି ଅନୁଷ୍ଠିତ ହୋଇଥିଲା। ସନ୍ଧ୍ୟା ସୁଦ୍ଧା ତିନିରଥରେ ଚାରବନ୍ଧା ସରିବା ପରେ ସିଂହାସନ ମାଜଣା କରାଯାଇଥିଲା। ପୁଷ୍ପାଞ୍ଜଳି ପରେ ପହଣ୍ଡି ଆରମ୍ଭ ହୋଇଛି। ପହଣ୍ଡି ଶେଷ ପରେ ରୁନ୍ଧା କାର୍ଯ୍ୟ ସମାପନ ହେବ ବୋଲି ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.8 ° C
    23.8 °
    23.8 °
    90 %
    1kmh
    99 %
    Thu
    29 °
    Fri
    29 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ