Monday, October 5, 2026
22.4 C
Odisha

    ସ୍ବାଧିନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ତଥା ରାଜ୍ୟ ସ୍ଵାଧୀନତା ସଂଗ୍ରାମୀ ସଂଗଠନର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯୁବ ବୟସରେ ସ୍ବାଧିନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ବାଧିନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ। ସ୍ବାଧିନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ ସେବା ଓ ଦେଶପ୍ରେମର ବାର୍ତ୍ତା ଦେଇ ଆସିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ବିୟୋଗରେ ଜଣେ ବିଶିଷ୍ଟ ସଂଗ୍ରାମୀଙ୍କୁ ଆମେ ହରାଇଲୁ ବୋଲି ସେ କହିଛନ୍ତି। ସ୍ବର୍ଗତ ନାୟକଙ୍କ ଶେଷ କୃତ୍ୟ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଶନିବାର କଟକ ବଡ଼ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ନୀଳମଣି ସାମଲଙ୍କର ପରଲୋକ ହୋଇଛି। ବୟସାଧିକ୍ୟ କାରଣରୁ ସେ ଗତ ୨୪ ତାରିଖରେ ଗୁରୁତର ଅସୁସ୍ଥ ହୋଇଥିଲେ। ଖବରପାଇ ଯାଜପୁର ଜିଲ୍ଲାପାଳ ଗତ ୨୪ ତାରିଖରେ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ବ୍ୟବସ୍ଥା କରିଥିଲେ। ଜିଲ୍ଲାପାଳଙ୍କ ପରାମର୍ଶରେ ୧୦୮ ଆମ୍ବୁଲାନ୍ସ ଯୋଗେ ଶ୍ରୀ ସାମଲଙ୍କୁ ତାଙ୍କ ବାସଭବନରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରେ କଟକ ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ମଧ୍ୟ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଅସୁସ୍ଥତା ଖବର ଜାଣି ତ୍ୱରୀତ ହସ୍ତକ୍ଷେପ ନେବା ସହ ସମସ୍ତ ପ୍ରକାର ଚିକିତ୍ସା ସେବା ଯୋଗାଇଦିଆଯିବାକୁ ପଦକ୍ଷେପ ନେଇଥିଲେ। ଏସସିବିରେ ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସାର ଅନୁଧ୍ୟାନ କରୁଥିଲେ। ସେଠାରେ ଚିକିତ୍ସିତ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    75 %
    1.4kmh
    0 %
    Sun
    22 °
    Mon
    31 °
    Tue
    31 °
    Wed
    31 °
    Thu
    29 °

    ସମ୍ବନ୍ଧିତ