Sunday, May 10, 2026
23.2 C
Odisha

    ଜୁନ୍ ୩୦ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ । ଛୁଟିଦିନରେ ବି ହେଡକ୍ୱାର୍ଟର ନ ଛାଡିବାକୁ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଆସନ୍ତାକାଲି ନୂଆ ସରକାର ଶପଥଗ୍ରହଣ କରିବାକୁ ଥିବା ବେଳେ ଜୁନ୍ ୩୦ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଅଧିକାରୀ ମାନଙ୍କୁ ହେଡକ୍ୱାର୍ଟର ନ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ନୂଆ ସରକାରଙ୍କ ଶପଥ ସମାରୋହ ପାଇଁ ଏଭଳି ନିର୍ଦ୍ଦେଶାନାମା ଜାରି କରାଯାଇଛି । ସରକାରୀ ଛୁଟିଦିନ ଗୁଡିକରେ ମଧ୍ୟ ଅଧିକାରୀଙ୍କୁ ହେଡକ୍ୱାର୍ଟର ନଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । କେବଳ ସ୍ୱାସ୍ଥ୍ୟଗତ ସମସ୍ୟା ଥିଲେ ଛୁଟି ଅନୁମତି ମିଳିବ । ଏନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସମସ୍ତ ଜିଲ୍ଲାପାଳ ଓ ବିଭାଗୀୟ ମୁଖ୍ୟଙ୍କୁ ଚିଠି ଲେଖି ଅବଗତ କରିଛନ୍ତି । ଶପଥଗ୍ରହଣ ପରେ ସରକାରୀସ୍ତରରେ ଅନେକ ଗୁଡିଏ କାର୍ଯ୍ୟକ୍ରମ ଗ୍ରହଣ କରାଯିବ । ତେଣୁ ଏହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.2 ° C
    23.2 °
    23.2 °
    88 %
    2.2kmh
    24 %
    Sun
    37 °
    Mon
    38 °
    Tue
    37 °
    Wed
    39 °
    Thu
    42 °

    ସମ୍ବନ୍ଧିତ