Saturday, July 27, 2024
24.6 C
Odisha

    ଛାତ୍ରଛାତ୍ରୀଙ୍କ ପାଇଁ ବଡ ଘୋଷଣା, ନୂଆ-ଓ ଛାତ୍ରବୃତ୍ତି ପାଇବେ +୩ ଓ ପିଜି ଛାତ୍ରଙ୍କୁ ୯ ହଜାର ଓ ଛାତ୍ରୀଙ୍କୁ ମିଳିବ ୧୦ ହଜାର ଟଙ୍କା

    ଆଗକୁ ପଢନ୍ତୁ

    ଯାଜପୁରରେ ନୂଆ-ଓ କାର୍ଯ୍ୟକ୍ରମରେ ବଡ ଘୋଷଣା । +୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ଛାତ୍ରବୃତ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଛାତ୍ରଛାତ୍ରୀଙ୍କୁ ଜଣାଇଛନ୍ତି ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । କଲେଜର ୯୫% +୩ ଛାତ୍ରଛାତ୍ରୀଙ୍କୁ ମିଳିବ ନୂଆ-ଓ ଛାତ୍ରବୃତ୍ତି । ଛାତ୍ରୀମାନଙ୍କୁ ୧୦ ହଜାର ଟଙ୍କା ଓ ଛାତ୍ରମାନଙ୍କୁ ୯ ହଜାର ଟଙ୍କା ମିଳିବ । ପାଖାପାଖି ସାଢେ ୪ ଲକ୍ଷ ଛାତ୍ରଛାତ୍ରୀ ଏହି ନୂଆ-ଓ ଛାତ୍ରବୃତ୍ତି ପାଇବେ । ସେହିଭଳି ପାଖାପାଖି ୩୫ ହଜାର ପିଜି ଛାତ୍ରଛାତ୍ରୀ ମଧ୍ୟ ଏହି ବୃତ୍ତି ପାଇବେ । ପ୍ରତିବର୍ଷ ଏହି ଛାତ୍ରବୃତ୍ତି ମିଳିବ । ଆସନ୍ତା ୨୦ରୁ ୨୫ ତାରିଖ ମଧ୍ୟରେ ଏହି ଛାତ୍ରବୃତ୍ତି ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଆସିବ । ସରକାରୀ କର୍ମଚାରୀ ଓ ଆୟକର ଭରୁଥିବା ଅଭିଭାବକଙ୍କ ପିଲାଙ୍କୁ ଏହି ଛାତ୍ରବୃତ୍ତି ମିଳିବନି । ସବୁ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ଦେବାରେ ସାରା ଭାରତବର୍ଷରେ ଓଡ଼ିଶା ପ୍ରଥମ । ଛାତ୍ରବୃତ୍ତି ସହ ଅଧିକ ଟଙ୍କା ମଧ୍ୟ ପାଇପାରିବେ ଛାତ୍ରଛାତ୍ରୀ । ନୂଆ-ଓ କାର୍ଯ୍ୟକ୍ରମ ପାଇଁ ୩୦୦ କୋଟି ଟଙ୍କାର କର୍ପସ ଫଣ୍ଡ ରଖିଛନ୍ତି । ତେଣୁ କଲେଜରେ ହେଉଥିବା ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଭାଗ ନେଲେ କିଛି ପଏଣ୍ଟ ପାଇବେ ଛାତ୍ରଛାତ୍ରୀ । ଅଧିକ ପଏଣ୍ଟ ପାଇଲେ ଅଧିକ ଟଙ୍କା ପାଇପାରିବେ ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀଙ୍କର ଏହା ଐତିହାସିକ ନିଷ୍ପତ୍ତି ବୋଲି କହିଲେ ଭି.କେ ପାଣ୍ଡିଆନ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ