Wednesday, October 14, 2026
22.4 C
Odisha

    ନୂଆ ଓଡ଼ିଶା ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ବିଭିନ୍ନ କ୍ଷେତ୍ରରେ ଲଗାତାର ଅଭିବୃଦ୍ଧି ସହ ଓଡ଼ିଶାରେ ଆଜି ରୂପାନ୍ତରଣର ଏକ ନୂଆ ଚିତ୍ର ସ୍ପଷ୍ଟ ହୋଇପାରିଛି। ରାଜ୍ୟରେ ଆଧୁନିକ ଶିଳ୍ପ ପ୍ରତିଷ୍ଠା ପାଇଁ ନିବେଶକଙ୍କୁ ଆକୃଷ୍ଟ କରିବା ସହ ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ସାରା ଦେଶରେ ଏକ ଆଗଧାଡ଼ିର ରାଜ୍ୟ ଭାବେ ପରିଚୟ ହାସଲ କରିଛି। ଏହି ଅଭିବୃଦ୍ଧି ହାରକୁ ଦୀର୍ଘସ୍ଥାୟୀ କରିବା ସହ ଯୁବପିଢ଼ିଙ୍କୁ ସୁଦକ୍ଷ କରି ଭବିଷ୍ୟତର ମାନବ ସମ୍ବଳ ଆବଶ୍ୟକତା ଲାଗି ପ୍ରସ୍ତୁତ କରିବାକୁ ଭୁବନେଶ୍ୱରରେ ଚାଲିଥିବା ପ୍ରଥମ ‘ନୂଆ ଓଡ଼ିଶା ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’ରେ ବ୍ୟାପକ ମାନସମନ୍ଥନ ହୋଇଛି। ଏହି ଦୁଇଦିନିଆ ସମ୍ମିଳନୀ ମଙ୍ଗଳବାର ଦିନ ଉଦଯାପିତ ହୋଇଯାଇଛି। ଏଥିରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ପ୍ରମୁଖ ଶିଳ୍ପ ନେତୃତ୍ୱ, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ତଥା ନିଯୁକ୍ତି ଓ ମାନବ ସମ୍ବଳ ବିକାଶ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିତ୍ୱ ଏବଂ ବିଶେଷଜ୍ଞମାନେ ଯୋଗ ଦେଇଥିଲେ। ସେମାନଙ୍କ ସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ, ବିଶେଷକରି ଦକ୍ଷତା ବିକାଶ କ୍ଷେତ୍ର ସହ ଜଡ଼ିତ ପ୍ରଶାସକ ଓ ପ୍ରଶିକ୍ଷକମାନେ ବିଭିନ୍ନ ଅଧିବେଶନରେ ଯୋଡ଼ି ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ୧୬ଟି ବିଶେଷ ଅଧିବେଶନ ଜରିଆରେ ସେମାନେ ଭବିଷ୍ୟତର ଶିଳ୍ପ ପାଇଁ ଓଡ଼ିଶାରେ ରହିଥିବା ସମ୍ଭାବନା ତଥା ଭବିଷ୍ୟତ ଲାଗି ମାନବ ସମ୍ବଳ ପ୍ରସ୍ତୁତି ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ। ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ଏହି ଅନ୍ତର୍ଜାତୀୟ ସମ୍ମିଳନୀରେ ଯୋଗ ଦେଇଥିବା ପ୍ରମୁଖ ବ୍ୟକ୍ତିତ୍ୱ ଓ ବିଶେଷଜ୍ଞମାନେ ସେମାନଙ୍କ ମତ ଓ ପରାମର୍ଶ ଉପସ୍ଥାପନ କରିଥିଲେ।

    ମଙ୍ଗଳବାର ଦିନ ଏ ସମ୍ପର୍କରେ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା। ଏଥିରେ ବିଭାଗର ପ୍ରମୁଖ ଶାସନ ସଚିବ ଊଷା ପାଢ଼ୀ ଯୋଗଦେଇ କହିଥିଲେ ଯେ, ‘‘ଆଧୁନିକ ଶିଳ୍ପ ପ୍ରତିଷ୍ଠା ପାଇଁ ଓଡ଼ିଶାରେ ଅପାର ସମ୍ଭାବନା ରହିଛି। ରାଜ୍ୟ ସରକାରଙ୍କ ଅନୁକୂଳ ଶିଳ୍ପ ନୀତି ଆଜି ଦେଶ ବିଦେଶର ନିବେଶକମାନଙ୍କୁ ବିଶେଷ ଭାବେ ଆକୃଷ୍ଟ କରୁଛି। ପାରମ୍ପରିକ ଶିଳ୍ପ ସହ ଆଇଟି ଏବଂ ଆଇଟିଇଏସ୍, ମାନୁଫାକଚରିଂ, ଲଜିଷ୍ଟିକ୍ ଓ ସପ୍ଲାଏ ଚେନ୍ ତଥା ବିଭିନ୍ନ ସେବା କ୍ଷେତ୍ର ଲାଗି ଓଡ଼ିଶାରେ ବ୍ୟାପକ ସମ୍ଭାବନା ରହିଛି। ଏହାଛଡ଼ା ଆଗାମୀ କାଲିର ଶିଳ୍ପ ଓ ବିଭିନ୍ନ କ୍ଷେତ୍ରର ଯେଉଁ ମାନବ ସମ୍ବଳର ଆବଶ୍ୟକତା ରହିଛି ତାହା ଆଜିଠାରୁ ପ୍ରସ୍ତୁତ କରିବା ପାଇଁ ଆମ ରାଜ୍ୟ ପ୍ରସ୍ତୁତ ହେଉଛି। ଏହି ଦୁଇଦିନିଆ ସମ୍ମିଳନୀରେ ଏହିସବୁ ବିଷୟରେ ଯେଉଁ ବ୍ୟାପକ ଆଲୋଚନା ହେଲା ତାହା ଆମକୁ ଏକ ନୂଆ ମାର୍ଗଦର୍ଶନ ଦେବାରେ ସହାୟକ ହେବ।’’

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    95 %
    1.5kmh
    5 %
    Wed
    22 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ