ଭୁବନେଶ୍ୱର : ରାଜ୍ୟ ସରକାର OAS ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମୋଟ ୧୭ ଜଣ OAS ଅଧିକାରୀଙ୍କୁ ବଦଳି ସହ ନୂଆ ଦାୟିତ୍ୱ ଦିଆଯାଇଛି । ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ ବିଭାଗ ପକ୍ଷରୁ ରବିବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ସୁଭାଶିଷ ମାନସିଂହଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ, ପ୍ରତାପ ପ୍ରୀତିମୟଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ ଏବଂ ଆଶୁତୋଷ ସାମଲଙ୍କୁ ଓଡ଼ିଶା ମାନବାଧିକାର କମିଶନର ସଚିବ ଭାବେ ନିଯୁକ୍ତି ମିଳିଛି । ସେହିପରି ସରୋଜ କୁମାର ସ୍ୱାଇଁଙ୍କୁ କଟକ ଉନ୍ନୟନ କର୍ତ୍ତୃପକ୍ଷର ସଚିବ ଏବଂ ମୟାଧର ବେହେରାଙ୍କୁ ଅନୁଗୁଳ ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଦିଆଯାଇଛି। ବିଭିନ୍ନ ଜିଲ୍ଲାର ଉପଜିଲ୍ଲାପାଳ ଓ ସରକାରୀ ବିଭାଗରେ ମଧ୍ୟ ଅନେକ ଅଧିକାରୀଙ୍କୁ ନୂଆ ନିଯୁକ୍ତି ମିଳିଛି ।
