Sunday, October 4, 2026
24.3 C
Odisha

    ଓଡ଼ିଆ ବିଶ୍ୱବିଦ୍ୟାଳୟ ନୂଆ କ୍ୟାମ୍ପସ୍‌ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ନୂଆ କ୍ୟାମ୍ପସ୍‌ର ଲୋକାର୍ପଣ କରିଛନ୍ତି। ଉତ୍କଳମଣି ଗୋପବନ୍ଧୁଙ୍କ କର୍ମଭୂମି ସତ୍ୟବାଦୀରେ ଓଡ଼ିଆ ବିଶ୍ଵବିଦ୍ୟାଳୟ ଉଦଘାଟନ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉତ୍କଳମଣି ଗୋପବନ୍ଧୁ ଦାସ ଓ ଆଦିକବି ଶାରଳା ଦାସଙ୍କୁ ମନେ ପକାଇଥିଲେ। ଓଡ଼ିଆ ଭାଷାର ସୁରକ୍ଷା ପାଇଁ ସଂଗ୍ରାମ କରିଥିବା ତଥା ନିଜ ଲେଖନୀରେ ଏହାକୁ ସମୃଦ୍ଧ କରିଥିବା ଓଡ଼ିଶାର ବରପୁତ୍ରମାନଙ୍କୁ ମଧ୍ୟ ସ୍ମରଣ କରିଥିଲେ। ଫେବ୍ରୁଆରି ୩ ତାରିଖରେ ଆୟୋଜିତ ହେବାକୁ ଯାଉଛି ଓଡିଆ ଭାଷା ସମ୍ମିଳନୀ, ଯାହା ସାରା ଓଡ଼ିଆ ଜାତି ପାଇଁ ଗୌରବର କଥା। ଭାଷା ଗୋଟିଏ ଜାତିର ଅସ୍ମିତାର ପରିଚୟ। ଏହାକୁ ଯେତେ ଅଧିକ ବ୍ୟବହାର କରିବା ଏହା ସେତେ ସମୃଦ୍ଧ ହେବ। ଏହି ଦିଗରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଏକ ବଡ଼ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ବର୍ତ୍ତମାନ ସମୟ ହେଉଛି ଓଡ଼ିଆ ଜାତି ପାଇଁ ଏକ ଗୌରବମୟ ସମୟ। କଟରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟିତ ହୋଇଛି। ଆଜି ଓଡ଼ିଆ ବିଶ୍ବ ବିଦ୍ୟାଳୟର କ୍ୟାମ୍ପସ୍‌ ଉଦ୍‌ଘାଟିତ ହେଲା। ଜାନୁଆରୀ ୨୭ ତାରିଖରେ ସମଲେଇ ପ୍ରକଳ୍ପ ଲୋକାର୍ପିତ ହେବାକୁ ଯାଉଛି ଏବଂ ଫେବୃଆରୀ ୩ ତାରିଖରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ହେବ। ତେଣୁ ନିଶ୍ଚିତ ଭାବେ ଏହା ଆମ ସମସ୍ତଙ୍କ ପାଇଁ, ସମଗ୍ର ଓଡ଼ିଆ ଜାତି ପାଇଁ ଏହା ଏକ ଗୌରବର ସମୟ, ଅସ୍ମିତାର ସମୟ।

    ଏହି ଅବସରରେ ବିଶ୍ବ ବିଦ୍ୟାଳୟ କୁଳପତି, ପ୍ରାଧ୍ୟାପକ, ଓ ଛାତ୍ର ଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆମ ସଂସ୍କୃତି, ଆମ ଜୀବନଧାରା, ଆମ ପରମ୍ପରାକୁ ଭିତ୍ତି କରି ଭଲ ଭଲ ସାହିତ୍ୟ ସୃଷ୍ଟିକୁ ପ୍ରୋତ୍ସାହନ ଦେବା ଦରକାର। ଏ ଦିଗରେ ଓଡିଆ ବିଶ୍ୱବିଦ୍ୟାଳୟ ନେତୃତ୍ୱ ନେବ ବୋଲି ସେ ଆଶା ପ୍ରକାଶ କରିଥିଲେ। ସତ୍ୟବାଦୀକୁ ଓଡିଆ ନବଜାଗରଣର ପୀଠ ଭାବେ ବର୍ଣ୍ଣନା କରି ସେ କହିଲେ ଯେ ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ କର୍ମଭୂମୀ ହେଉଛି ସତ୍ୟବାଦୀ। ଏଥି ସହିତ ଭାଷା ଗୋଟେ ଜାତିର ଅସ୍ମିତାର ପରିଚୟ। ଗୋଟେ ଜାତିର ମୁକୁଟ ହେଉଛି ତା’ର ଭାଷା। ଭାଷାର ବ୍ୟବହାର ବଢିଲେ ଏହା ସମୃଦ୍ଧ ହୋଇଥାଏ ଏବଂ ଜାତିର ଗୌରବ ବୃଦ୍ଧି କରିଥାଏ। ଓଡିଶା ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡିଆ ଭାଷା ଏକ ପ୍ରାଚୀନ ଭାଷା। ଏହା ଶାସ୍ତ୍ରୀୟ ମାନ୍ୟତା ଲାଭ କରିଛି। ଓଡିଆ ଭାଷାରେ ଅନେକ ସମୃଦ୍ଧ ସାହିତ୍ୟ ସୃଷ୍ଟି ହୋଇଛି। ଆମ ସାହିତ୍ୟର ସାରା ବିଶ୍ୱରେ ପ୍ରଚାର ପ୍ରସାର ପାଇଁ ଉଦ୍ୟମ କରାଯିବା ଦରକାର। ଆମ ଭାଷା ପ୍ରତି ଯୁବପିଢିଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରାଯିବା ଦରକାର। ସାମାଜିକ ଗଣମାଧ୍ୟମରେ ଓଡ଼ିଆ ଭାଷାର ବ୍ୟବହାର ବୃଦ୍ଧି କରାଯିବା ଦରକାର। ଏହା ସହିତ ଓଡିଆ ଭାଷା ଉପରେ ଅଧିକ ଗବେଷଣା କରାଯିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ