Tuesday, September 15, 2026
25.2 C
Odisha

    ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର,ଆସନ୍ତା ଫେବ୍ରୁଆରୀ ୩ରୁ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଆଜି ଉନ୍ମୋଚିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉନ୍ମୋଚନ କରିଛନ୍ତି। ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିବା ସହ ଏହା ବୁଦ୍ଧିଜୀବୀ, ବିଦ୍ୱାନ୍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ଆଶା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ। ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭକରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି। ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ। ଏକ ସ୍ୱତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଆମ ଭବିଷ୍ୟତ ପିଢ଼ିଙ୍କ ପାଖରେ କିପରି ଓଡ଼ିଆ ଭାଷାର ଆଦର ବଢ଼ିବ ଏବଂ ଆଧୁନିକ ଜ୍ଞାନକୌଶଳ ଜରିଆରେ ଆମ ଭାଷା କିପରି ଆଗକୁ ବଢ଼ିପାରିବ ସେ ସମ୍ପର୍କରେ ବିଚାର- ବିମର୍ଷ କରି ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    25.2 ° C
    25.2 °
    25.2 °
    85 %
    1.4kmh
    23 %
    Tue
    25 °
    Wed
    30 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ