Monday, December 23, 2024
19.7 C
Odisha

    ଓଡିଶା ହେବ ଇଭି ହବ୍‌: ରାଜ୍ୟ ସରକାର ଓ ଜେଏସଡବ୍ଲୁ ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଓଡ଼ିଶାରେ ଇଭି ଓ ବ୍ୟାଟେରୀ ପ୍ରସ୍ତୁତ କରିବ ଜେଏସଡବ୍ଲୁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏଥିପାଇଁ ଆଜି ଜେଏସଡବ୍ଲୁ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମଓୟୁ ସ୍ବାକ୍ଷରିତ ହୋଇଛି। ଦେଶରେ ଅଟୋମୋବାଇଲ ଶିଳ୍ପରେ ପ୍ରଥମ ଥର ପାଇଁ ପାଦ ଥାପିବ ଜେଏସଡବ୍ଲୁ । ଓଡ଼ିଶା ଶିଳ୍ପ ସମୃଦ୍ଧ ହେଉଥିବାବେଳେ ଜେଏସଡବ୍ଲୁ କଟକ ନରାଜରେ ପ୍ରତିଷ୍ଠା କରିବ ଏହି ପ୍ରକଳ୍ପ । ରାଜ୍ୟରେ ଉତ୍ପାଦନ ହେବ ଇଲେକ୍ଟ୍ରୋନିକ ଭେଇକିଲ ବା ଇଭି ଯାନ । ଉଭୟ ଯାନ ଓ ବ୍ୟାଟେରୀ ପ୍ରସ୍ତୁତ କରିବ ଜେଏସଡବ୍ଲୁ । ସିଙ୍ଗଲ ଲୋକେସନରେ ଓଡ଼ିଶାରେ ବିଶ୍ବର ସର୍ବବୃହତ ବ୍ୟାଟେରୀ ପ୍ରସ୍ତୁତ କାରଖାନା ନିର୍ମାଣ କରିବ ଜେଏସଡବ୍ଲୁ । ଯାନ ଓ ବ୍ୟାଟେରୀ ପ୍ରସ୍ତୁତ କରିବା ସହ ଇଲେକ୍ଟ୍ରିକ ଭେହିକଲ କମ୍ପୋନେଣ୍ଟ ତିଆରି କରିବ ଜେଏସଡବ୍ଲୁ । ୫୦ ହଜାର ମେଗାଓ୍ବାଟର ବ୍ୟାଟେରୀ ମାନୁଫାକଚରିଂ ୟୁନିଟ ପ୍ରସ୍ତୁତ ହେବ । ଇଭି ପାଇଁ ନରାଜ ଠାରେ କମ୍ପାନୀ ୯ଶହ ଏକର ଜମି ଯୋଗାଇ ଦିଆଯାଇଛି । ସେହିପରି ପାରାଦୀପରେ କମ୍ପାନୀ ଇଭି ପାଇଁ ବ୍ଯାଟେରୀ ନିର୍ମାଣ କରିବ । ବ୍ୟାଟେରୀ ପାଇିଁ କମ୍ପାନୀ ଚିଲିରୁ କପର ଆଣିବ । ଅଷ୍ଟ୍ରେଲିଆରୁ ଆଣିବ ଲିଥିଅମ । ବ୍ୟାଟେରୀ ପାରାଦୀପରୁ ଆଣି ନରାଜରେ ଇଭିରେ ଫିଟିଂ କରିବ କମ୍ପାନୀ । ପ୍ରକଳ୍ପ ଲାଗି ୪୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହେବ । ଏଥିରେ ୧୧ରୁ ୧୨ ହଜାର ନିଯୁକ୍ତି ସୃଷ୍ଟି ହେବ । ରାଜ୍ୟ ସରକାର ଗ୍ରୀନ ଏନର୍ଜି ଉପରେ ଫୋକସ ରଖିଛନ୍ତି । ଗ୍ରୀନ ହାଉସ ଗ୍ୟାସ ଏମିସନ ହ୍ରାସ ଲାଗି ପଦକ୍ଷେପ ନିଆଯାଉଛି । ଏଥିଲାଗି ଇଭି କ୍ଷେତ୍ର ଉପରେ ଗୁରୁତ୍ବ ଦିଆଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    19.7 ° C
    19.7 °
    19.7 °
    78 %
    1.7kmh
    48 %
    Mon
    18 °
    Tue
    27 °
    Wed
    28 °
    Thu
    29 °
    Fri
    30 °

    ସମ୍ବନ୍ଧିତ