Wednesday, September 30, 2026
22.9 C
Odisha

    ଜାଣନ୍ତୁ କଣ ପାଇଁ ଓଡିଶା ଆସିଛନ୍ତି ବିଲ୍ ଗେଟ୍ସ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଭୁବନେଶ୍ୱରକୁ ଦିନିକିଆ ଗସ୍ତରେ ଆସିଥିବା ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରିଛନ୍ତି ବିଲ୍ ଗେଟ୍ସ। ଉଭୟଙ୍କ ମଧ୍ୟରେ ଆଲୋଚନାରେ ଓଡିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ , କୃଷି ଓ କୃଷକଙ୍କ ବିକାଶ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ବସ୍ତି ପରିଚାଳନା ଓ ବିଭିନ୍ନ କ୍ଷେତ୍ରରେ ରୂପାନ୍ତରଣ ପ୍ରସଙ୍ଗ ସ୍ଥାନ ପାଇଥିଲା । ମୁଖ୍ୟମନ୍ତ୍ରୀ -ବିଲ୍ ଗେଟ୍ସ ଆଲୋଚନା ବେଳେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ। ଏହାପୂର୍ବରୁ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ଆଜି ସକାଳୁ ଭୁବନେଶ୍ବର ଲୁମ୍ବିନୀ ବିହାର ମାଆ ମଙ୍ଗଳା ବସ୍ତି ପରିଦର୍ଶନ କରିଥିଲେ। ବସ୍ତି ବୁଲିବା ସହ ବିଲ୍ ଗେଟ୍ସ ଏଠାକାର ଲୋକଙ୍କ ଜୀବନଶୈଳୀ ବୁଲି ଦେଖିଛନ୍ତି । ଘରକୁ ଘର ଯାଇ ସେମାନଙ୍କୁ ଏଠାର କଣ ସବୁ ମୌଳିକ ସୁବିଧା ମିଳୁଛି ସେ ବିଷୟରେ ପଚାରି ବୁଝିଥିଲେ। ଏହାପରେ କୃଷି ଭବନ ପରିଦର୍ଶନ କରିବା ସହିତ ଗେଟ୍ସ ଫାଉଣ୍ଡେସନ୍ ସହାୟତାରେ ବିଭିନ୍ନ ବିଭାଗରେ ଚାଲିଥିବା ଯୋଜନାର ସମୀକ୍ଷା କରିଛନ୍ତି। କୃଷି ସମୀକ୍ଷା କେନ୍ଦ୍ର ଗେଟ୍ସ ଫାଉଣ୍ଡେସନ୍ ସହାୟତାରେ ରାଜ୍ୟରେ କାର୍ଯ୍ୟ କରୁଛି। ସମନ୍ୱିତ ଚାଷ ପାଇଁ ଉନ୍ନତ ଜ୍ଞାନ କୌଶଳ ବାବଦରେ ସୂଚନା ଦେଉଛି ଏହି କେନ୍ଦ୍ର। ଚାଷ ସମ୍ବନ୍ଧୀୟ ସମସ୍ୟା ବାବଦରେ ଏହି କେନ୍ଦ୍ର ଚାଷୀଙ୍କୁ ସହାୟତା ଯୋଗାଉଛି। ରାଜ୍ୟରେ କୃଷିର ଉନ୍ନତି ପାଇଁ ବିଲ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ୍ ସହ ୨୦୧୭ ମସିହାରେ ଚୁକ୍ତି ହୋଇଥିଲା। ବୈଷୟିକ ପ୍ରଣାଳୀରେ କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା। ଗେଟ୍ସ ଫାଉଣ୍ଡେସନ୍ ସହଯୋଗରେ ରାଜ୍ୟରେ ଚାଲିଥିବା ସମସ୍ତ ପ୍ରକଳ୍ପ କିପରି କାର୍ଯ୍ୟକାରୀ ହେଉଛି ତାହାର ସମୀକ୍ଷା କରିବା ପାଇଁ କୃଷି ଭବନରେ ପହଞ୍ଚିଥିଲେ ବିଲ୍ ଗେଟ୍ସ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    22.9 ° C
    22.9 °
    22.9 °
    85 %
    1.1kmh
    82 %
    Wed
    30 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ