Wednesday, February 25, 2026
18 C
Odisha

    ଖୁସି ଖବର; ୩୦୦୦କୁ ବୃଦ୍ଧି କରାଯିବ ଭତ୍ତା ଟଙ୍କା

    ଆଗକୁ ପଢନ୍ତୁ

    ବଢିବ ଭତ୍ତା ଟଙ୍କା । ଭତ୍ତା ଟଙ୍କାକୁ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ । ଏନେଇ ଘୋଷଣା କରିଛନ୍ତି ସାମଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ କେଉଁ ବର୍ଗର ଭତ୍ତା ବଢାଯିବ ସେନେଇ କୌଣସି ନିର୍ଦ୍ଦଷ୍ଟ ସୂଚନା ମିଳିନାହିଁ । ତେବେ ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତାକୁ ଗୁରୁତ୍ୱ ଦିଆଯିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ । ବିଭିନ୍ନ ବର୍ଗର ଭତ୍ତା ବଢାଇବାକୁ ସରକାର ଚିନ୍ତା କରୁଛନ୍ତି । ବିଭିନ୍ନ ବିଭାଗ ଅଧିକାରୀଙ୍କ ସହ ଏନେଇ ସହ ଆଲୋଚନା ଜାରି ରହିଛି ।ଆଲୋଚନା ପରେ କେଉଁ ବର୍ଗର ଭତ୍ତାକୁ ବୃଦ୍ଧି କରାଯିବ ସେନେଇ ସ୍ପଷ୍ଟ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ ନିର୍ବାଚନ ପୂର୍ବରୁ ବିଜେପି ଭତ୍ତା ବୃଦ୍ଧି କରିବାକୁ ଯେଉଁ ମାନିଫେଷ୍ଟା ଦେଇଥିଲା ତାକୁ ପୂରଣ କରିବାକୁ ଯାଉଛି ବୋଲି କୁହାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    18 ° C
    18 °
    18 °
    82 %
    0.9kmh
    8 %
    Wed
    33 °
    Thu
    34 °
    Fri
    35 °
    Sat
    36 °
    Sun
    38 °

    ସମ୍ବନ୍ଧିତ