Sunday, September 27, 2026
29 C
Odisha

    ଓଡ଼ିଶାରେ ବିଜେଡି ଓ ବିଜେପି ଭିତରେ ବୁଝାମଣା ହୋଇଛି: କଂଗ୍ରେସ ପ୍ରଭାରୀ ଅଜୟ କୁମାର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାରେ ବିଜେଡି ଓ ବିଜେପି ଭିତରେ ବୁଝାମଣା ହୋଇଛି। ବିଜେଡି ବିଜେପିକୁ ୧୫ ଲୋକସଭା ଆସନ ଦେବାକୁ ବୁଝାମଣା ହୋଇଛି। ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏଭଳି ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି ନୂଆ କଂଗ୍ରେସ ପ୍ରଭାରୀ ଅଜୟ କୁମାର। ଶାସକ ଦଳ ବିରୋଧରେ ଅଭିଯୋଗ ଆଣି କଂଗ୍ରେସ ପ୍ରଭାରୀ କହିଛନ୍ତି, ରାଜ୍ୟରେ ବାହାରି ଶାସନ ଚାଲିଛି। ଅମଲା ଶାସନ ଲୋକଙ୍କ ପାଖରେ ପହଞ୍ଚିପାରୁନି ବୋଲି ସେ ଅଭିଯୋଗ କରିଛନ୍ତି। ରାଜ୍ୟର ଏକମାତ୍ର ରାଜନୈତିକ ଦଳ ଭାବେ କଂଗ୍ରେସ ଲୋକଙ୍କ ସହ ରହିଛି ବୋଲି ସେ ଦାବି କରିଛନ୍ତି। ନୂଆ ପ୍ରଭାରୀ ଭାବେ ନିଯୁକ୍ତ ହେବା ପରେ ଅଜୟ କୁମାର ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ସମୟରେ ଦଳୀୟ ନେତାଙ୍କ ସହ ଆଲୋଚନା କରି ୨୦୨୪ ପାଇଁ ରଣନୀତି ପ୍ରସ୍ତୁତ କରୁଥିବା ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29 ° C
    29 °
    29 °
    71 %
    3kmh
    21 %
    Sun
    28 °
    Mon
    30 °
    Tue
    29 °
    Wed
    30 °
    Thu
    30 °

    ସମ୍ବନ୍ଧିତ