Sunday, September 20, 2026
30.5 C
Odisha

    କାର୍ତ୍ତିକ ବ୍ରତ ପାଳନ ପାଇଁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କା ଅନୁମୋଦନ କଲେ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : କାର୍ତ୍ତିକ ମାସରେ ହବିଷ୍ୟାଳୀମାନଙ୍କର ବ୍ରତ ପାଳନ ନିମନ୍ତେ ଆଜି ଓଡ଼ିଶା ସରକାରଙ୍କ ତରଫରୁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କାର ଖର୍ଚ୍ଚ ଅଟକଳ ଅନୁମୋଦନ କରାଯାଇଛି । ଧନରାଶି ଅନୁମୋଦନ ହେବା ସହିତ ହବିଷ୍ୟାଳୀ ମା’ ମାନଙ୍କୁ କାର୍ତ୍ତିକ ମାସ ବ୍ରତ ପାଳନ ନିମନ୍ତେ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ପ୍ରଦାନ କରାଯିବ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମତପ୍ରକାଶ କରିଛନ୍ତି ।

    ମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି ଯେ, କାର୍ତ୍ତିକ ମାସ ହେଉଛି ଧାର୍ମିକ ମାସ । କାର୍ତ୍ତିକ ମାସ ବ୍ରତ ପାଳନ ଦ୍ୱାରା ପୁଣ୍ୟ ଅର୍ଜିତ ହୁଏ ବୋଲି ଆମ ଓଡ଼ିଆ ଜଗନ୍ନାଥ ସଂସ୍କୃତିରେ ବିଶ୍ୱାସ ରହିଛି । କାର୍ତ୍ତିକ ମାସ ବ୍ରତ ପାଳନ ପାଇଁ ଶ୍ରୀକ୍ଷେତ୍ର ପୁରୀରେ ଅନେକ ହବିଷ୍ୟାଳୀ ମା’ ମାନେ ଏକତ୍ରୀତ ହୋଇଥାନ୍ତି । ହବିଷ୍ୟାଳୀ ମା’ମାନଙ୍କୁ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ପ୍ରଦାନ ନିମନ୍ତେ ଚଳିତ ବର୍ଷ ସରକାରଙ୍କ ତରଫରୁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କାର ଖର୍ଚ୍ଚ ଅଟକଳ ଅନୁମୋଦନ କରାଯାଇଛି ।

    ହବିଷ୍ୟାଳୀ ମା’ମାନଙ୍କ ପାଇଁ ଦୀର୍ଘ ଏକ ମାସ ଧରି ପୁରୀରେ ବିଭିନ୍ନ ହବିଷ୍ୟାଳୀ କେନ୍ଦ୍ର ମାନଙ୍କରେ ସୁରକ୍ଷିତ ରହଣି ବ୍ୟବସ୍ଥା, ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ, ମହାପ୍ରସାଦ ସେବନ, ଭଜନ-କୀର୍ତ୍ତନ ଓ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିର ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରିବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ପଦକ୍ଷେପମାନ ନିଆଯିବାର ଯୋଜନା ରହିଛି । ଏଥିସହ ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳି ମା’ମାନେ ଯେପରି ନିଜର ବ୍ରତ ପାଳନ ସମୟରେ କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ଏହାକୁ ସୁନିଶ୍ଚିତ କରିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ ଶ୍ରୀ ସୂରଜ ମତ ପ୍ରକାଶ କରିଛନ୍ତି।

    ପ୍ରକାଶଯୋଗ୍ୟ ଯେ, ଚଳିତବର୍ଷ ଅକ୍ଟୋବର ମାସ ୧୮ ତାରିଖରୁ କାର୍ତ୍ତିକ ମାସ ବ୍ରତ ଆରମ୍ଭ ହେବ। ଏହି ସମୟରେ ପୁରୀରେ ଦର୍ଶନାର୍ଥୀଙ୍କ ସଂଖ୍ୟା ବଢ଼ୁଥିବାରୁ ସରକାରଙ୍କ ତରଫରୁ ବିଶେଷ ଭାବରେ ହବିଷ୍ୟାଳି ମା’ମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଗାଡ଼ି ବ୍ୟବସ୍ଥା ଓ ସ୍ବେଚ୍ଛାସେବୀ ମୁତୟନ କରିବା, ଶୃଙ୍ଖଳା ରକ୍ଷା, ପରିମଳ ବ୍ୟବସ୍ଥା, ପାନୀୟ ଜଳ ବ୍ୟବସ୍ଥା, ବିଦ୍ୟୁତ ଯୋଗାଣ ଆଦିକୁ ଅଗ୍ରାଧିକାର ଭିତ୍ତିରେ ସୁନିଶ୍ଚିତ କରାଯିବ ବୋଲି ସୂଚନା ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    30.5 ° C
    30.5 °
    30.5 °
    65 %
    2.7kmh
    97 %
    Sun
    30 °
    Mon
    31 °
    Tue
    27 °
    Wed
    28 °
    Thu
    24 °

    ସମ୍ବନ୍ଧିତ