Monday, October 19, 2026
21.9 C
Odisha

    ସ୍ବାସ୍ଥ୍ୟ ସଚିବଙ୍କ ସହ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ଆଲୋଚନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସନ୍ଧ୍ୟା ସୁଦ୍ଧା ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ଆନ୍ଦୋଳନରୁ ଓହରିବା ନେଇ କୌଣସି ନିଷ୍ପତ୍ତି ନେଇପାରେ। ଆଜି ଲୋକସେବା ଭବନ‌ରେ ସ୍ବାସ୍ଥ୍ୟ ସଚିବ ଓ ନର୍ସିଂ ନିର୍ଦ୍ଦେଶକଙ୍କ ସହ ଏନେଇ ସଂଘର ବୈଠକ ଅନୁଷ୍ଠିତ ହୋଇଥିଲା। ଏହା ସକାରାତ୍ମକ ହୋଇଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଏଣୁ ଧର୍ମଘଟ ପ୍ରତ୍ୟାହାର କରିବାକୁ ସ୍ବାସ୍ଥ୍ୟ ସଚିବ ଅନୁରୋଧ କରିଛନ୍ତି।

    ଉଲ୍ଲେଖଯୋଗ୍ୟ, ଆଜିଠାରୁ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛି ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ଜରୁରିକାଳୀନ ରୋଗୀ ସେବାରେ କୌଣସି ପ୍ରକାର ବାଧା ନ ଦେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ନର୍ସିଂ କର୍ମଚାରୀ। ଏଣେ ଏହି ଆନ୍ଦୋଳନ ପୂର୍ବରୁ ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର। ଅଗଷ୍ଟ ମାସରୁ ଏସ୍ମା ଲାଗୁ ହୋଇଥିବାରୁ ଆନ୍ଦୋଳନକୁ ଓହ୍ଲାଇଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ରାଜ୍ୟ ନର୍ସିଂ ନିର୍ଦ୍ଦେଶକ ଡା. ଆର୍ତ୍ତବନ୍ଧୁ ନାୟକ ସବୁ ସିଡିଏମ୍ଓ, ମେଡିକାଲ କଲେଜର ଅଧ୍ୟକ୍ଷ ଓ ଆଚାର୍ଯ୍ୟ ହରିହର, କ୍ୟାପିଟାଲ ହସ୍ପିଟାଲ ଓ ଆରଜିଏଚ୍ ରାଉରକେଲାକୁ ପତ୍ର ଲେଖି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଲାଗି କହିଛନ୍ତି।
    ଅଗଷ୍ଟ ୭ ତାରିଖରୁ ରାଜ୍ୟରେ କାର୍ଯ୍ୟରତ ନର୍ସ, ପାରାମେଡିକ୍ସ, ଟେକ୍ନିସିଆନ୍ ଓ ଅନ୍ୟ ତୃତୀୟ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ପାଇଁ ଏସ୍ମା ଲାଗୁ ହୋଇଛି। ଏହା ୬ମାସ ପାଇଁ ବଳବତ୍ତର ରହିବ। ନିକଟରେ ନର୍ସିଂ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦିଆଯାଇଥିବା ଦାବିପତ୍ରରେ ୨୫ ତାରିଖରୁ ଅଣଜରୁରିକାଳୀନ ସେବା ବନ୍ଦ କରିବା ନେଇ ଉଲ୍ଲେଖ କରିଛନ୍ତି। ତେଣୁ ଆନ୍ଦୋଳନକୁ ଓହ୍ଲାଉଥିବା କର୍ମଚାରୀଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ନର୍ସିଂ ନିର୍ଦ୍ଦେଶାଳୟ ନିର୍ଦେଶ ଦେଇଛି। କେବଳ ସେତିକି ନୁହେଁ, କେଉଁ ନର୍ସିଂ ଅଫିସରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି, ସେମାନଙ୍କ ସଂପର୍କରେ ନିର୍ଦ୍ଦେଶାଳୟକୁ  ସୂଚନା ପ୍ରଦାନ କରିବା ଲାଗି କୁହାଯାଇଛି।
    ଅପରପକ୍ଷରେ ରାଜ୍ୟ ସରକାରଙ୍କ ଚେତାବନୀ ପତ୍ର ସତ୍ତ୍ବେ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ନିଜ ଜିଦ୍ରେ ଅଟଳ ରହିଛି। ସଂଘର ସାଧାରଣ ସଂପାଦକ ଅଶ୍ବିନୀ କୁମାର ଦାସ କହିଛନ୍ତି, ଦାବି ପୂରଣ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସେ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.9 ° C
    21.9 °
    21.9 °
    90 %
    1.5kmh
    57 %
    Sun
    22 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ