Wednesday, March 25, 2026
37 C
Odisha

    ବଜେଟ୍‌ ପୂର୍ବରୁ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ: ଓଡ଼ିଶାରେ ମୁଣ୍ଡପିଛା ଆୟ ୧, ୬୪, ୪୩୭ ଟଙ୍କା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ବିଜେପି) ନେତୃତ୍ବ ସରକାରଙ୍କ ବଜେଟ୍‌ ଆସନ୍ତାକାଲି (ଗୁରୁବାର) ଆସିବ। ମୋହନ ଚରଣ ମାଝୀଙ୍କ ସରକାରରେ ଏହା ପ୍ରଥମ ବଜେଟ୍‌ ହେବ। ୨୪ ବର୍ଷ ପରେ ସରକାର ପରିବର୍ତ୍ତନ ହୋଇଥିବାରୁ ରାଜ୍ୟବାସୀ ଏକ ଭଲ ବଜେଟ୍‌ ଆଶା କରୁଥିବା ବେଳେ ବୁଧବାର ଅପରାହ୍‌ଣରେ ଅର୍ଥନୈତିକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ଓଡିଶାର ଅର୍ଥନୀତି ୮.୫ ପ୍ରତିଶତ ଅଭିବୃଦ୍ଧି ହାସଲ କରିବ ବୋଲି ଆକଳନ କରାଯାଇଛି। ଗତ ଥର ଅର୍ଥାତ ଆର୍ଥିକ ବର୍ଷ ୨୦୨୨-୨୩ରେ ୭.୯ ପ୍ରତିଶତ ଥିଲା।

    ଅର୍ଥନୈତିକ ସର୍ଭେ ରିପୋର୍ଟରେ କୁହାଯାଇଛି ଯେ, ଓଡ଼ିଶାର ମୁଣ୍ଡପିଛା ଆୟ ୧,୬୧,୪୩୬ ଟଙ୍କା ରହିଛି। ଏହା ଭାରତର ମୁଣ୍ଡପିଛା ଆୟଠାରୁ ୧୨.୪% କମ୍‌। ତେବେ ଶିଳ୍ପ ଓ ସେବା କ୍ଷେତ୍ରରେ ଉଚ୍ଚ ଅଭିବୃଦ୍ଧି ଯୋଗୁଁ ଏହା ସମ୍ଭବ ହେଇପାରିଛି ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେହିପରି ଆର୍ଥିକ ବର୍ଷ ୨୦୧୫-୧୬ ପରଠାରୁ ଓଡିଶାର ମୁଣ୍ଡପିଛା ଆୟ ୧୨.୧ ପ୍ରତିଶତ ସିଏଜିଆରରେ ବୃଦ୍ଧି ପାଇଥିବାବେଳେ, ୧୭ଟି ପ୍ରମୁଖ ରାଜ୍ୟ ତାଲିକାରେ ଓଡିଶା ୨୦୨୨-୨୩ରେ ୧୧ ତମ ସ୍ଥାନରେ ରହିଛି। ନୀତି ଆୟୋଗ ଅନୁଯାୟୀ ବହୁବିଧ ଦାରିଦ୍ର୍ୟ ଅନୁପାତ ୨୦୧୫-୧୬ରେ ୨୯.୩ ପ୍ରତିଶତ ଥିବାବେଳେ ୨୦୧୯-୨୧ ବେଳକୁ ଏହା ୧୫.୭ ପ୍ରତିଶତକୁ ହ୍ରାସ ପାଇଛି। ଏହି ବର୍ଷ ଭିତରେ ରାଜ୍ୟର ପ୍ରାୟ ୬୨ ଲକ୍ଷରୁ ଅଧିକ ଲୋକ ଦାରିଦ୍ର୍ୟରୁ ମୁକ୍ତ ହେଇଛନ୍ତି ବୋଲି ଅର୍ଥନୈତିକ ସର୍ଭେ ରିପୋର୍ଟରେ କୁହାଯାଇଛି। ତେବେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଅଭିବୃଦ୍ଧି ୩.୫ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ଶିଳ୍ପକ୍ଷେତ୍ରର ଅଭିବୃଦ୍ଧି ହାର ୮.୭ ପ୍ରତିଶତ, ସେବା କ୍ଷେତ୍ରର ଅଭିବୃଦ୍ଧି ହାର ୯.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି।

    ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଗଣମାଧ୍ୟମକୁ କହିଛନ୍ତି, ପୂର୍ବ ସରକାରଙ୍କ ଯୋଜନା, ନୀତି, ନୀତିକୁ ପ୍ରଣୟନ କରିବାର ଦକ୍ଷତା ଯୋଗୁଁ ଓଡ଼ିଶାର ଅଭିବୃଦ୍ଧି ଘଟିଛି। ଆମେ ବିଗତ ୨୪ ବର୍ଷ ମଧ୍ୟରେ ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ କାମ କରିଛୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    37 ° C
    37 °
    37 °
    17 %
    4.9kmh
    23 %
    Wed
    36 °
    Thu
    38 °
    Fri
    40 °
    Sat
    39 °
    Sun
    41 °

    ସମ୍ବନ୍ଧିତ