Monday, October 5, 2026
29.1 C
Odisha

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ବେଳେ କମିସନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଫେବ୍ରୁଆରି୨୮ରୁ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ସମୟରେ ସେ ଭୁବନେଶ୍ୱର ସମେତ ମୟୁରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁର ଗସ୍ତ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ କମିସନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜଧାନୀରେ ସୁରକ୍ଷା ଦାୟିତ୍ୱରେ ୩୦ ପ୍ଲାଟୁନ ଫୋର୍ସ ରହିବେ। ଏହାର ନିରୀକ୍ଷଣ ଦାୟିତ୍ୱରେ ରହିବେ ୮୫ ଜଣ ଅଫିସର। ଠିକ୍ ସେହିପରି ୩ ଟି କ୍ୱିକ ରେସ୍ପନ୍ସ ଟିମ, ୨ ଟି ସ୍ପେଶାଲ ଟେକ୍ନିକାଲ ୟୁନିଟ ସୁରକ୍ଷା ଦାୟିତ୍ୱରେ ରହିବେ। ୧୨ ଅତିରିକ୍ତ ଡିସିପି, ୨୫ ଏସିପି, ୪୦ ଇନ୍ସପେକ୍ଟର ଦାୟିତ୍ୱରେ ରହିବେ ୧୬୦ ଟ୍ରାଫିକ ଓ ୧୫୦ ହୋମଗାର୍ଡ ନିୟୋଜିତ ହେବେ। ସେ ଆହୁରି କହିଛନ୍ତି ଯେ, ବୁକ ଗାଇଡ଼ଲାଇନ ମୁତାବକ ପୁରା ସହର ପୁଲିସ ଛାଉଣୀ ହେବ। ସଭାସ୍ଥଳରେ ପ୍ରୋଟକଲ ମୁତାବକ ନିମନ୍ତ୍ରିତ ଅତିଥିଙ୍କ ତଥ୍ୟ ରହିବ। ଏଣେ କାରକେଡ଼ ଯିବାବେଳେ ସାଧାରଣ ଲୋକଙ୍କ ଟ୍ରାଫିକ ସମସ୍ୟା ନ ହେବାକୁ ବି ଧ୍ୟାନ ଦିଆଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.1 ° C
    29.1 °
    29.1 °
    71 %
    1.6kmh
    0 %
    Mon
    26 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ