Tuesday, September 17, 2024
24.1 C
Odisha

    ପ୍ରକାଶ ପାଇଲା ଓଜେଇଇ ପରୀକ୍ଷା ଫଳ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଚଳିତ ବର୍ଷ, ଓଡିଶା ମିଳିତ ପ୍ରବେଶିକା ପରୀକ୍ଷା (OJEE-2024) ୦୬.୦୫. ୨୦୨୪ ରୁ ୧୦.୦୫.୨୦୨୪ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ୨୦୨୪-୨୫ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ବିଭିନ୍ନ ସରକାରୀ ଯାନ୍ତ୍ରିକ ତଥା ବେସରକାରୀ ବିଶ୍ବବିଦ୍ୟାଳୟ ଓ ଶିକ୍ଷା ଅନୁଷ୍ଠାନ ମାନଙ୍କରେ ପ୍ରଚଳିତ ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମ ଯଥା B. Pharm, LE-Tech. (Dip), LE-Tech. (B.Sc.), B CAT (2 streams), MBA, MCA, Int. MBA, LE-Pharm., M. Pharm, M. Arch, M. Plan , M. Tech. (11 specialisations) ପାଇଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ସମସ୍ତ ପାଠ୍ୟକ୍ରମ ପାଇଁ କମ୍ପୁଟର ଆଧାରିତ ପରୀକ୍ଷା (Computer Based Test) ମାଧ୍ୟମରେ ପ୍ରବେଶିକା ପରୀକ୍ଷା କରଯାଇଥିଲା । ଚଳିତ ବର୍ଷ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାର ୫୭ ଟି କେନ୍ଦ୍ର ସହିତ ରାଜ୍ୟ ବାହାରେ ୩ଟି ସହର ଯଥା କଲିକତା, ପାଟଣା ଏବଂ ରାଞ୍ଚିରେ ପରୀକ୍ଷା କେନ୍ଦ୍ର କରାଯାଇଥିଲା । ଏ ବର୍ଷ ସମୁଦାୟ ୬୫,୭୪୨ ପରୀକ୍ଷାର୍ଥୀ ପଞ୍ଜୀକୃତ ହୋଇଥିବାବେଳେ ୫୬,୦୪୭ ପରୀକ୍ଷାର୍ଥୀ (85.25% ) ପରୀକ୍ଷାରେ ଭାଗ ନେଇଥିଲେ । ତନ୍ମଧ୍ୟରୁ ୫୬,୦୦୦ ପରୀକ୍ଷାର୍ଥୀଙ୍କୁ ନିଜ ନିଜର ପ୍ରଦର୍ଶନ ଅନୁଯାୟୀ ସେମାନଙ୍କର ଅନୁରୂପ ପାଠ୍ୟକ୍ରମରେ ସ୍ଥାନ (Rank) ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    24.1 ° C
    24.1 °
    24.1 °
    86 %
    2.4kmh
    100 %
    Mon
    24 °
    Tue
    29 °
    Wed
    29 °
    Thu
    30 °
    Fri
    28 °

    ସମ୍ବନ୍ଧିତ