Friday, October 16, 2026
21.9 C
Odisha

    ମେ’ ୬ରୁ ଓଜେଇଇ ପରୀକ୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ। ତିନିଟି ସିଫ୍ଟରେ ଏହି ପରୀକ୍ଷା ହେବ। ସାଢ଼େ ୮ଟାରୁ ସାଢ଼େ ୧୦ଟା, ସାଢ଼େ ୧୨ଟାରୁ ସାଢ଼େ ୨ଟା, ଏବଂ ସାଢ଼େ ୪ଟାରୁ ସାଢ଼େ ୬ଟା ଯାଏ ଏହି  ପରୀକ୍ଷା ଚାଲିବ। ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବିଶ୍ବବିଦ୍ୟାଳୟ ଓ କଲେଜର ବି.ଫାର୍ମା, ଏମ୍‌ସିଏ, ଏମ୍‌.ଏସ୍‌ସି(କମ୍ପ୍ୟୁଟର ସାଇନ୍ସ), ଏମ୍‌ବିଏ, ଇଣ୍ଟିଗ୍ରେଟେଡ୍‌ ଏମ୍‌ବିଏ, ବି.କାର୍ଟ, ଏମ୍‌.ଟେକ୍‌, ଏମ୍‌.ଟେକ୍‌(ପାର୍ଟ-ଟାଇମ୍‌), ଏମ୍‌.ଆର୍କ, ଏମ୍‌.ପ୍ଲାନ୍‌, ଏମ୍‌.ଫାର୍ମା ଓ ଲାଟେରାଲ ଏଣ୍ଟ୍ରି ବି.ଟେକ୍‌ ଓ ଲାଟେରାଲ୍‌ ଏଣ୍ଟ୍ରି ବି.ଫାର୍ମା ପାଠ୍ୟକ୍ରମରେ ନାମଲେଖା ଲାଗି ଏହି ପ୍ରବେଶିକା ପରୀକ୍ଷା କରାଯିବ। ମେ’, ୬, ୭, ୮, ୯ ଓ ୧୦ ତାରିଖରେ କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ(ସିବିଟି) ମାଧ୍ୟମରେ ହେବ ପରୀକ୍ଷା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.9 ° C
    21.9 °
    21.9 °
    98 %
    1kmh
    72 %
    Fri
    28 °
    Sat
    28 °
    Sun
    29 °
    Mon
    30 °
    Tue
    30 °

    ସମ୍ବନ୍ଧିତ