Sunday, June 1, 2025
36 C
Odisha

    ରାଜ୍ୟରେ ଆଉ ଜଣେ କୋଭିଡ ପଜିଟିଭ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୩

    ଆଗକୁ ପଢନ୍ତୁ

    ରାଜ୍ୟରେ କାୟା ବିସ୍ତାର କଲାଣି କରୋନା । ଆଜି ଆଉ ଜଣେ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି । କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ ରାଜ୍ୟରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ଯରେ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପରେ ମାସ୍କ ପିନ୍ଧିବାକୁ ପ୍ରସ୍ତାବ ଦେଇଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବୟସ୍କ ଓ ବହୁବିଧ ରୋଗରେ ପୀଡ଼ିତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ବାହାରକୁ ଗଲେ ମାସ୍କ ପିନ୍ଧିବା ସହ ଜନଗହଳି ସ୍ଥାନରୁ ଦୂରେଇ ରହିବାକୁ ପରାମର୍ଶ ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    36 ° C
    36 °
    36 °
    33 %
    5.5kmh
    51 %
    Sun
    39 °
    Mon
    40 °
    Tue
    37 °
    Wed
    40 °
    Thu
    40 °

    ସମ୍ବନ୍ଧିତ