Monday, April 27, 2026
28.3 C
Odisha

    ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇ ଯାଇଛି: ବିରୋଧୀ ଦଳ ନେତା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଧାନସଭା ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ ପୂର୍ବରୁ ବିରୋଧୀ ବିଜେଡି କକ୍ଷତ୍ୟାଗ କରିଛି। ଏନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି, ମୁଁ ଓ ମୋ ଦଳ ଅତି ଦୁଃଖିତ, କାରଣ ବର୍ତ୍ତମାନର ରାଜ୍ୟ ସରକାର ରାଜ୍ୟପାଳଙ୍କ ପୁଅ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନାହାନ୍ତି, ଯିଏ କି ସରକାରୀ ଅଧିକାରୀଙ୍କୁ ମାଡ଼ ମାରିଲେ। ଏହା ମୋତେ ଆଘାତ ଦେଇଛି। ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇ ଯାଇଛି। ମୁଁ ମୁଖ୍ୟମନ୍ତ୍ରୀ ଥିବା ସମୟରେ ବିଧାୟକ, ମନ୍ତ୍ରୀ କି ସରକାରୀ ଅଧିକାରୀ ଯିଏ ଵି ଆଇନ ଭାଙ୍ଗୁଥିଲେ, ମୁଁ କାର୍ଯ୍ୟାନୁଷ୍ଠାନ ନେଉଥିଲି। ରାଜ୍ୟପାଳଙ୍କ ପୁଅ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନହୋଇ ଥିବାରୁ, ଆମେ ଗୃହ ପରିତ୍ୟାଗ କଲୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.3 ° C
    28.3 °
    28.3 °
    47 %
    2.3kmh
    6 %
    Sun
    28 °
    Mon
    43 °
    Tue
    41 °
    Wed
    42 °
    Thu
    42 °

    ସମ୍ବନ୍ଧିତ