Saturday, July 27, 2024
24.8 C
Odisha

    OPSC ପକ୍ଷରୁ ପୁଣି ନିଯୁକ୍ତି, ଜାଣନ୍ତୁ କେତେ ପୋଷ୍ଟ ଖାଲି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ ଚାକିରି ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ଓଡ଼ିଶା ପଞ୍ଚାୟତିରାଜ ଇଞ୍ଜିନିୟରିଂ ସେବା କ୍ୟାଡରରେ ଗ୍ରୁପ-ଏ’ରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (ସିଭିଲ)ଙ୍କୁ ନିଯୁକ୍ତି ଦିଆଯିବ । ଏନେଇ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।ମୋଟ ୬୩ଟି ପଦ ଖାଲି ରହିଥିବା ବେଳେ ସେଥିମଧ୍ୟରୁ ଅଣସଂରକ୍ଷିତଙ୍କ ପାଇଁ ୩୩ଟି, ଶିକ୍ଷା ଓ ସାମାଜିକ କ୍ଷେତ୍ରରେ ପଛୁଆ ବର୍ଗ (ଏସଇବିସି)ଙ୍କ ପାଇଁ ୬ଟି, ଅନୁସୂଚିତ ଜାତି (ଏସସି)ଙ୍କ ପାଇଁ ୧୧ଟି, ଅନୁସୂଚିତ ଜନଜାତି (ଏସଟି)ଙ୍କ ପାଇଁ ୧୩ଟି ପଦ ଖାଲି ରହିଛି । ପ୍ରାର୍ଥୀଙ୍କୁ ସଂଶୋଧିତ ପେ ବ୍ୟାଣ୍ଡ-୩ (୧୫,୬୦୦/- ୩୯,୧୦୦/-) ସ୍କେଲ ପେ’ର ୫,୪୦୦/- ଗ୍ରେଡ୍ ପେ’ ଅନୁସାରେ ବେତନ ମିଳିବ । ଏଥି ସହିତ ମହଙ୍ଗା ଭତ୍ତା ଓ ଅନ୍ୟାନ୍ୟ ଭତ୍ତା ପ୍ରଦାନ କରାଯିବ । ମାର୍ଚ୍ଚ ମାସ ୧୨ ତାରିଖରୁ ଏଥିପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଏପ୍ରିଲ ୧୨ରେ ସମାପ୍ତ ହେବ । ଚଳିତ ବର୍ଷ ଜାନୁଆରୀ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ବୟସ ୨୧ରୁ ୩୮ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ । ପ୍ରାର୍ଥୀ ଯେ କୌଣସି ୟୁନିଭରସିଟିରୁ ସିଭିଲ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିଥିବେ । ପ୍ରିଲିମିନାରୀ, ମୁଖ୍ୟ ପରୀକ୍ଷା ଓ ସାକ୍ଷାତକାର ଆଧାରରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    96 %
    1.2kmh
    100 %
    Sat
    26 °
    Sun
    27 °
    Mon
    30 °
    Tue
    30 °
    Wed
    25 °

    ସମ୍ବନ୍ଧିତ