Thursday, March 26, 2026
24.8 C
Odisha

    ଓଡ଼ିଶା ସିଭିଲ ସର୍ଭିସ ବୟସ ସୀମା ୩୨ରୁ ୩୮ ବର୍ଷକୁ ବୃଦ୍ଧି ନିଷ୍ପତ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୧୦ ଟି ବିଭାଗର ମୋଟ ୧୩ଟି ପ୍ରସ୍ତାବ ପାରିତ ହୋଇଛି। କ୍ୟାବିନେଟ୍‌ ନିଷ୍ପତ୍ତି ଅନୁସାରେ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସ ସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ପରୀକ୍ଷା ପାଇଁ ବୟସ ସୀମା ୩୨ ବର୍ଷ ଥିଲା। ଏବେ ଏହାକୁ ୬ ବର୍ଷ ବୃଦ୍ଧି କରାଯାଇଛି। ଅର୍ଥାତ ପ୍ରାର୍ଥୀମାନେ ଆଗାମୀ ଦିନରେ ୩୮ ବର୍ଷ ବୟସ ପର୍ଯ୍ୟନ୍ତ ସଭିଲ ସର୍ଭିସ ଦେଇପାରିବେ। ଏହା ବ୍ୟତୀତ ନିଯୁକ୍ତି କ୍ଷେତ୍ରରେ ନଗର ଉନ୍ନୟନ ବିଭାଗ ପାଇଁ ୩୬୫ ଇଞ୍ଜିନିୟର ପଦବୀ ସୃଷ୍ଟି କରାଯାଇଛି। ଏହା ବ୍ୟତୀତ IIPH ପ୍ରତିଷ୍ଠା ଲାଗି ୫ ଏକର ଜମି ଦେବାକୁ ନିଷ୍ପତ୍ତି ହୋଇଛି। ଆଗାମୀ ଦିନରେ ଅତିରିକ୍ତ ୨୦୦ ଇଲେକ୍ଟ୍ରି କ୍ ବସ୍ ଯୋଗ କରି ଜନପରିବହନର କାର୍ଯ୍ୟକ୍ଷମ ପରିସରକୁ ବ୍ୟାପକ କରିବା ପାଇଁ ଲକ୍ଷ୍ୟ ରଖୁଛି । କୁଟ୍ର ଇଲେକ୍ତି କ୍ ବସ୍ ଉପସ୍ଥାପନ ପରିବେଶ ଅନୁକୂଳ ହେବା ସହିତ ଆଧୁନିକ ଜନପରିବହନ ଦିଗରେ ଏକ ଗୁରୁତ୍ବପୂର୍ଣ ପଦକ୍ଷେପ ମଧ୍ୟ ହେବ । ଯାହା ବାୟୁ ପ୍ରଦୂଷଣ, ଗ୍ରୀନ୍ ହାଉସ୍ ଗ୍ୟାସ୍ ନିର୍ଗମନ ଇତ୍ୟାଦିକୁ ହ୍ରାସ କରିବାରେ ସହାୟକ ହେବ । ଏଥିସହିତ ସହରାଞ୍ଚଳରେ ଏଲଇଡି ଲାଇଟ୍‌ ପାଇଁ ୩୧୨ କୋଟି ୧୮ ଲକ୍ଷ ଅନୁମୋଦନ କରାଯାଇଛି। ୬୭୯୪ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଚାଲିବ। ପଞ୍ଚାୟତରେ ବୈଠକ ହେବ, ଏହି ବୈଠକରେ ସମସ୍ତ ଅଧିକାରୀ ଓ ଜନସାଧାରଣ ଯୋଗଦେବେ। ଅଞ୍ଚଳରେ ଭଲ କାମ କରିଥିବା ବ୍ୟକ୍ତିଙ୍କୁ ପୁରସ୍କୃତ କରାଯିବ। ପଞ୍ଚାୟତର ସାମଗ୍ରିକ ବିକାଶର ଫିଲ୍ମ ତିଆରି ହେବ। ପ୍ରତ୍ୟେକ ପଞ୍ଚାୟତକୁ ୩ ଲକ୍ଷ ଟଙ୍କା ଦିଆଯିବ। ଏଥି ପାଇଁ ୨୦୪ କୋଟି ଟଙ୍କାଖର୍ଚ୍ଚ ହେବ ବୋଲି କ୍ୟାବିନେଟ୍‌ ବୈଠକରେ ନିଷ୍ପତ୍ତି ହୋଇଛି ବୋଲି କ୍ୟାବିନେଟ୍ ମିଟିଂ ଶେଷରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.8 ° C
    24.8 °
    24.8 °
    67 %
    1.7kmh
    75 %
    Wed
    25 °
    Thu
    38 °
    Fri
    40 °
    Sat
    39 °
    Sun
    40 °

    ସମ୍ବନ୍ଧିତ