Friday, May 15, 2026
42.4 C
Odisha

    ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାରୀ ଜମିଗୁଡ଼ିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ। ଜବରଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ। ପ୍ରଚଳିତ ନିୟମ ଅନୁଯାୟୀ ଜବର ଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟିଗୋଚର ହେବା ଭଳି ସାଇନ୍ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆ ଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    42.4 ° C
    42.4 °
    42.4 °
    18 %
    3.1kmh
    54 %
    Fri
    42 °
    Sat
    42 °
    Sun
    42 °
    Mon
    46 °
    Tue
    47 °

    ସମ୍ବନ୍ଧିତ