Saturday, March 21, 2026
32.6 C
Odisha

    ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଧାନ କିଣା କୁ ନେଇ ମନ୍ତ୍ରୀସ୍ତରୀୟ ବୈଠକ ହୋଇଯାଇଛି । ଆଉ ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ଯେ ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା । ଚାଷୀଙ୍କଠାରୁ ରାଜ୍ୟ ସରକାର ଧାନ କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବେ। ନଭେମ୍ବର ତୃତୀୟ ସପ୍ତାହ ଅର୍ଥାତ୍ ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ୨୩୦୦ ଟଙ୍କା ସହିତ ରାଜ୍ୟ ସରକାରଙ୍କ ତରଫରୁ ଇନ୍‌ପୁଟ ସହାୟତା ୮୦୦ ଟଙ୍କା ମିଶାଇ ଚଳିତ ବର୍ଷ ଧାନ କିଣା ଦର କ୍ୱିଣ୍ଟାଲ ପ୍ରତି ୩୧୦୦ ଟଙ୍କା ଧାର୍ଯ୍ୟ କରାଯାଇଛି।
    ସେପଟେ ପଡୋଶୀ ରାଜ୍ୟରୁ ଧାନ ଯେମିତି ଓଡ଼ିଶା ମଧ୍ୟକୁ ପ୍ରବେଶ ନକରେ ତା ପ୍ରତି ପାଟ୍ରୋଲିଂ ଟିମ୍ ମୁତୟନ ସହ ସିସିଟିଭି ବ୍ୟବସ୍ଥା କରାଯିବ। ଚାଷୀଙ୍କ ଧାନ ବିକ୍ରି ଟୋକନ୍ ଲାପସ ନହେବା ପାଇଁ ବ୍ୟବସ୍ଥା କରାଯାଇଛି । ତ୍ୱରିତ ନିଷ୍ପତ୍ତି ନେବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଚାଷୀଙ୍କ ସୁରକ୍ଷା ,କଟଣିଛଟଣି ମୁକ୍ତ ଧାନ କିଣା ଉପରେ ଗୁରୁତ୍ବ ଦେବେ ରାଜ୍ୟ ସରକାର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.6 ° C
    32.6 °
    32.6 °
    30 %
    0.6kmh
    7 %
    Sat
    32 °
    Sun
    33 °
    Mon
    34 °
    Tue
    37 °
    Wed
    38 °

    ସମ୍ବନ୍ଧିତ