Saturday, February 28, 2026
33.9 C
Odisha

    ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା । ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା

    ଆଗକୁ ପଢନ୍ତୁ

    ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ୟ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି । ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚଳିତ ବର୍ଷ ଏପ୍ରିଲ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    33.9 ° C
    33.9 °
    33.9 °
    16 %
    4kmh
    5 %
    Sat
    34 °
    Sun
    37 °
    Mon
    37 °
    Tue
    37 °
    Wed
    38 °

    ସମ୍ବନ୍ଧିତ