Tuesday, August 19, 2025
25.5 C
Odisha

    ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା । ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା

    ଆଗକୁ ପଢନ୍ତୁ

    ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ୟ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି । ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚଳିତ ବର୍ଷ ଏପ୍ରିଲ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.5 ° C
    25.5 °
    25.5 °
    86 %
    1.1kmh
    99 %
    Tue
    29 °
    Wed
    29 °
    Thu
    30 °
    Fri
    27 °
    Sat
    24 °

    ସମ୍ବନ୍ଧିତ