Sunday, October 4, 2026
28.6 C
Odisha

    ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ

    ଆଗକୁ ପଢନ୍ତୁ

    କଟକ : ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ । କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। କିଡନୀ ଜନିତ ସମସ୍ୟା ସହ ଜ୍ବରରେ ଆକ୍ରାନ୍ତ ହୋଇ ଗତ ୧୮ ତାରିଖରୁ SCBରେ ଚିକିତ୍ସିତ ହେଉଥିଲେ । ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ବରେ ଏକ ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ। ମେଡିସିନ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡିସିନ ବିଭାଗର ଚାରି ଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍ ଗଠନ କରାଯାଇଥିଲା । ଆଜି ସକାଳେ ତାଙ୍କର ଦେହାନ୍ତ ଘଟିଛି।

    ଗତ କିଛି ଦିନ ହେବ ଅସୁସ୍ଥ ହୋଇ ପଡ଼ିଥିବା ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ଗତ ମଙ୍ଗଳବାର ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଏକ ସ୍ୱତନ୍ତ୍ର କ୍ୟାବିନରେ ରଖାଯିବା ସହ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସା କରୁଥିଲେ । ମାତ୍ର ସେଠାରେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଥିଲା ।

    ସୂଚନା ଅନୁସାରେ , ଜୈବିକ ପଦ୍ଧତିରେ ବିଭିନ୍ନ ପ୍ରକାରର ଧାନ ଉତ୍ପାଦନ କରି ବେଶ୍ ଚର୍ଚ୍ଚାକୁ ଆସିଥିଲେ ୭୧ ବର୍ଷୀୟ ମା କମଳା । ଏଥିପାଇଁ ତାଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ