Sunday, September 8, 2024
24.3 C
Odisha

    ପୁରୀ ସାଂସଦ ପ୍ରାର୍ଥୀଙ୍କୁ କାର୍ତ୍ତିକ ପାଣ୍ଡିଆନଙ୍କ କଡ଼ା ଜବାବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଜେପିର ପୁରୀ ସାଂସଦ ପ୍ରାର୍ଥୀଙ୍କୁ ପାଣ୍ଡିଆନ କଡ଼ା ଜବାବ ଦେଇଛନ୍ତି। ‘ଜଗନ୍ନାଥ ମୋଦୀଙ୍କ ଭକ୍ତ’ ବୟାନରେ ସମ୍ବିତ ପାତ୍ରଙ୍କୁ ଘେରିଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ଏଏନଆଇକୁ ସାକ୍ଷାତକାରବେଳେ ସମ୍ବିତଙ୍କୁ ସେ ଟାର୍ଗେଟ କରିଛନ୍ତି ।

    ସେ କହିଛନ୍ତି, ବିଜେପି ସବୁବେଳେ ଓଡିଆ ଅସ୍ମିତାକୁ ପ୍ରସଙ୍ଗ କରିଆସୁଛି । ପ୍ରଭୁ ଜଗନ୍ନାଥ ଓଡିଆ ଅସ୍ମିତାର ପ୍ରତୀକ । ମୁଖ୍ଯମନ୍ତ୍ରୀ ସବୁବେଳେ ଭଗବାନଙ୍କୁ ରାଜନୀତିରୁ ଦୂରେଇ ରଖିଆସିଛନ୍ତି। ଭଗବାନ ଅମର ଓ ମଣିଷ ମରଣଶୀଳ ଏମାନଙ୍କର ମିଶ୍ରଣ ହୋଇପାରିବନି ବୋଲି କହିଛନ୍ତି । ସମ୍ବିତ ପାତ୍ରଙ୍କ ମନ୍ତବ୍ଯକୁ ନେଇ ମୁଖ୍ଯମନ୍ତ୍ରୀ ମର୍ମାହତ । ପ୍ରଭୁ ଜଗନ୍ନାଥଙ୍କୁ ରାଜନୀତିକୁ ଟାଣିବା ନେଇ ମୁଖ୍ଯମନ୍ତ୍ରୀ ବେଶ ଦୁଃଖିତ ବୋଲି କହିଛନ୍ତି ପାଣ୍ଡିଆନ । ଓଡିଶାବାସୀ ମଧ୍ଯ ଜଗନ୍ନାଥଙ୍କୁ ନିର୍ବାଚନକୁ ଟାଣିବାକୁ ପସନ୍ଦ କରନ୍ତିନି । ଏମିତି ଘଟଣା ବିଜେପି ପକ୍ଷରୁ ପ୍ରଥମ ଘଟଣା ନୁହେଁ । ୨୦୧୯ ପଞ୍ଚାୟତ ନିର୍ବାଚନରେ ଏପରି କିଛି ପ୍ରସଙ୍ଗ ଉଠାଇଥିଲେ ବିଜେପି ନେତା । ଏପରି ବିବାଦୀୟ ମନ୍ତବ୍ଯ ଦେଇ ରାଜନୀତି କରିଆସୁଛି ବିଜେପି । ଏପରି ପ୍ରସଙ୍ଗ ଉଠାଇ ବିଜେପି ବିଜେଡି ଓ ମୁଖ୍ଯମନ୍ତ୍ରୀଙ୍କୁ ରୋକିବାକୁ ଚେଷ୍ଟା କରିଆସୁଛି । ଏହା ବିଜେପିର ରାଜନୈତିକ ରଣନୀତି ରହିଆସିଛି ବୋଲି କହି ସମାଲୋଚନା କରିଛନ୍ତି ପାଣ୍ଡିଆନ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.3 ° C
    24.3 °
    24.3 °
    91 %
    0.9kmh
    87 %
    Sun
    29 °
    Mon
    30 °
    Tue
    27 °
    Wed
    29 °
    Thu
    30 °

    ସମ୍ବନ୍ଧିତ